ମନ୍ଦିର ଦର୍ଶନ ସାରି ଫେରୁଥିଲେ,ପଥରରେ ପିଟିହେଲା ବାଇକ୍‌, ଚାଲିଗଲା ଜୀବନ

ଚିକିଟି,୫ା୧୧(ପ୍ରକାଶ ଚନ୍ଦ୍ର ସାହୁ): ଧାନଘରଠାରୁ ପ୍ରାୟ ୧୨ କିମି ଦୂର କେରାଣ୍ଡି ମାଳ ପର୍ବତ ଶିଖରେ ଅବସ୍ଥିତ ମା’ ବାଳକୁମାରୀ। ଘାଟିରେ ବୁଧବାର ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ ଶିବ ଶଙ୍କର ସାହୁ (୩୪), ଗୁରୁତର ଆହତ ଦ୍ୱୟ ହେଲେ ସୁରେଶ ଚୌଧୁରୀ (୪୯)ଓ ଡିକେଶ୍ୱର ରେଡ୍ଡୀ (୨୮)l ଉଭୟ ସମସ୍ତେ ଗୋଳନ୍ଥରା ଥାନା ଅନ୍ତର୍ଗତ କତୁରୁ ନୂଆଗାଁ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଶିବ ଶଙ୍କର, ଡିକେଶ୍ୱର ଓ ସୁରେଶ ଗୋଟିଏ ସ୍କୁଟିରେ ୩ ଜଣ ମିଶି ମା’ ବାଳକୁମାରୀ ପୀଠକୁ ଆଜି ସକାଳେ ଦର୍ଶନ କରିବା ପାଇଁ ଯାଇଥିଲେ। ସେଠାରୁ ଦର୍ଶନ କରି ଫେରୁଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା କଡ଼କୁ ଛିଟିକି ପଡ଼ିଥିଲେ। ଯାହାଫଳରେ ଘଟଣାସ୍ଥଳରେ ଶିବଶଙ୍କରଙ୍କ ମୃତ୍ୟୁ ଘଟିଥିଲା। ଡିକେଶ୍ୱର ଓ ସୁରେଶ  ଗୁରୁତର ହୋଇଥିଲେ। କୌଣସି ସୂତ୍ରରୁ ଖବର ପାଇ ଚିକିଟି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଗୁରୁତରମାନଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri