ଡିଭାଇଡରରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ନାଚୁଣୀ,୨୨ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲା ଗୋସାଣି-ନୂଆଗାଁର ଶିବ ମଣ୍ଡଳ।

ସୂଚନାନୁଯାୟୀ, ଗଞ୍ଜାମ ଜିଲା ଗୋସାଣି-ନୂଆଗାଁ ଥାନା ଅଞ୍ଚଳର ଦେବରାଜ ମଣ୍ଡଳଙ୍କ ପୁତ୍ର ଶିବ ମଣ୍ଡଳ ଓ ତାଙ୍କ ସହଯୋଗୀ ସମୀର ମଣ୍ଡଳଙ୍କ ସହ ଏକ ବାଇକ୍‌ ଯୋଗେ ଖୋର୍ଦ୍ଧାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ତେବେ ଆଜି ଭୋର୍‌ରୁ ବାଇକ୍‌ଟି ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକରେ ନିକଟରେ ଏକ ଡିଭାଇରକୁ ପିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯାହା ଫଳରେ ଉଭୟ ଆହତ ହୋଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ଯୋଗେ ଉଭୟ ଆହତଙ୍କୁ ବାଲୁଗାଁ ମେଡିକାଲ ପଠାଇଥିବା ବେଳେ ସେଠାରେ ଶିବଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ନାଚୁଣୀ ପୋଲିସ ବାଲୁଗାଁ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖି ଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri