ଡିଭାଇଡର୍‌ରେ ପିଟି ହେଲା ବାଇକ୍‌: ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ ,୧।୧୧: ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବ୍ରହ୍ମପୁର-ହିଞ୍ଜିଳିକାଟୂ ଜାତୀୟ ରାଜପଥ ନଂ ୫୭ ଅନ୍ତର୍ଗତ ମକରଝୋଳ ଗ୍ରାମ ରାସ୍ତା ନିକଟ ଡିଭାଇଡରେ ପିଟି ହେବା ଫଳରେ ମଙ୍ଗଳବାର ସଂଧ୍ୟାରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ଗ୍ରାମର ରମେଶ ମହାଙ୍କୁଡ (୩୨)।
ସଂଧ୍ୟାରେ ରମେଶ ନିଜ ବାଇକ (ନଂ ଓଡି୨୦ ଏ ୬୩୫୫) ଯୋଗେ ବ୍ରହ୍ମପୁରରୁ ହିଞ୍ଜିଳିକାଟୁ ଅଭିମୁଖେ ଆସୁଥିବା ବେଳେ ମକରଝୋଳ ଗ୍ରାମ ଛକ ନିକଟରେ ଡିଭାଇଡର ଆରମ୍ଭରେ ପିଟି ହୋଇଥିଲେ। ଏଥିରେ ସେ ଗୁରୁତର ହେବାରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ଉଦ୍ଧାର କରାଯାଇ ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ରମେଶଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ ଓ ମୃତଦେହକୁ ଜବତ କରିଛି। ବୁଧବାର ମୃତଦେହକୁ ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଯିବ ବୋଲି ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri