ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେଲା ବାଇକ୍‌

ରାଉରକେଲା ଅଫିସ,୧୩।୧୧: ରାଉରକେଲା ସେକ୍ଟର-୩ ଥାନା ଅଧୀନ ସିଡବ୍ଲ୍ୟୁଏସ୍‌ ହସ୍ପିଟାଲ ସମ୍ମୁଖରେ ରବିବାର ଭାରସାମ୍ୟ ହରାଇ ଏକ ବାଇକ୍‌ ରାସ୍ତାକଡ଼ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇ. ଲକ୍ଷ୍ମୀ ସୁରେଶ ବାବୁ। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ଜେପି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ଇ. ଲକ୍ଷ୍ମୀସୁରେଶ ବାବୁ ଓ ବିରାଜ ବର୍ମା ରବିବାର ସନ୍ଧ୍ୟାରେ ଏକ ବାଇକ ଯୋଗେ ସିଡବ୍ଲ୍ୟୁଏସ୍‌ ହସ୍ପପିଟାଲ ରୋଡ ଦେଇ ରାଉରକେଲା ଯାଉଥିଲେ। ଏହି ସମୟରେ ବାଇକ୍‌ଟି ଭାରସାମ୍ୟ ହରାଇ ହସ୍ପିଟାଲ ସମ୍ମୁଖ ରାସ୍ତାକଡରେ ଥିବା ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ବାଇକ ଚଳାଉଥିବା ଲକ୍ଷ୍ମୀସୁରେଶଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ତାଙ୍କୁ ଉଦ୍ଧାର କରି ସିଡବ୍ଲ୍ୟୁଏସ୍‌ ହସ୍ପିଟାଲ ଓ ପରେ ଆରଜିଏଚ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri