ଗଛକୁ ପିଟିଲା ବାଇକ୍‌: ଜଣେ ମୃତ, ୨ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶୀପୁର ଥାନା ଅଧିନ ନଳାଚୂଆଁ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହାତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଲାଜ୍ଜିଂଗଡ ଅଞ୍ଚଳର ସୁନମ ଶୁଭଶ୍ରୀ ମହାନ୍ତି (୨୨) ବୋଲି ସୂଚନା ମିଳିଛି। ଉକ୍ତ ଦୁର୍ଘଟଣାର ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ମଧ୍ୟରୁ ରୋସନ ଦାସ (୨୭)ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି। ଅନ୍ୟ ଜଣେ ଆହତ କରିଶ୍ମା ମହାନ୍ତି (୨୦) କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ସମସ୍ତଙ୍କ ଘର କଳାହାଣ୍ଡି ଜିଲା ଲାଜ୍ଜିଂଗଡ ଅଞ୍ଚଳର ବୋଲି ସୂଚନା ମିଳିଛି।
ଘଟଣାରୁ ପ୍ରକାଶ ଯେ, ଆଜି ସକାଳେ ୩ ଜଣ ଏକ ବାଇକ ଯୋଗେ କାଶୀପୁରରୁ ମାଣ୍ଡିବିଶି ଅଭିମୁଖେ ଯାଉଥିବା ସମୟରେ ଚାଳକ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ଆହତ ମାନଙ୍କୁ ଉଦ୍ଧାର କରି କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କାଶୀପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ପରିବାର ଲୋକଙ୍କୁ ଖବର ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri