ସୂଚନା ଫଳକରେ ପିଟି ହେଲା ବାଇକ୍‌: ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଲାଞ୍ଜିଗଡ଼,୨୫।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ନିକଟରେ ଏକ ବାଇକ୍‌ ଭାରସାମ୍ୟ ହରାଇ ସୂଚନା ଫଳକରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ମୋହନଗୁଡ଼ା ଗ୍ରାମର ଧନିଆ ମାଝୀ(୩୨) ଏବଂ ଗୁରୁତର ହେଲେ ହରେକୃଷ୍ଣପୁର ଗ୍ରାମର ସାମନ୍ତ ମାଝୀ(୨୫)।

ମିଳିଥିବା ସୂଚନା ମୁତାବକ, ମୋହନଗଡ଼ା ଗ୍ରାମର ଧନିଆ ମାଝୀ ଏବଂ ହରେକୃଷ୍ଣପୁର ଗ୍ରାମର ସାମନ୍ତ ମାଝୀ ଏକ ବାଇକ୍‌ ଯୋଗେ କୌଣସି କାମରେ ମାହନଗୁଡାରୁ ହରେକୃଷ୍ଣପୁର ଯାଉଥିଲେ। ସେତିକିବେଳେ ରଘୁନାଥପୁର ନିକଟରେ ଥିବା ଏକ ବୁଲାଣି ରାସ୍ତାରେ ବାଇକ୍‌ ଭାରସାମ୍ୟ ହରାଇ ଏକ ମନରେଗା ସୂଚନା ଫଳକରେ ପିଟିହୋଇ ଯାଇଥିଲା। ଫଳରେ ସେମାନେ ବାଇକ୍‌ରୁ ଛଟିକି ପଡି ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ସେମାନଙ୍କୁ ଗୁରୁତର ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଯୋଗେ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ସେଠାରେ ଡାକ୍ତର ଧନିଆଙ୍କୁ ମୃତ ଘୋଷଣା କରିଥିଲେ I ଗୁରୁତର ସାମନ୍ତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ଲାଞ୍ଜିଗଡ଼ ବ୍ଲକ ଚିକିତ୍ସା ଅଧିକାରୀ ଭବାନୀଶଙ୍କର ଲେଙ୍କା ସୂଚନା ପ୍ରଦାନ କରିଛନ୍ତି ।

ଖବର ପାଇ ଲାଞ୍ଜିଗଡ଼ ଥାନା ଅଧିକାରୀ ଯଶୋବନ୍ତ ହିଆଲଙ୍କ ନେତୃତ୍ୱରେ ଏସ୍‌ଆଇ ଡୋଳାମଣି ବିଶି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏ ନେଇ ଲାଞ୍ଜିଗଡ଼ ପୋଲିସ ଏକ ମାମଲା(ନଂ.୯/୨୬) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ଏସ୍‌ଆଇ ଡୋଳାମଣି ବିଶି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ…

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ)…

ଏହିଦିନ ସରିବ ସରପଞ୍ଚଙ୍କ କାର୍ଯ୍ୟକାଳ, ପଞ୍ଚାୟତ ନିର୍ବାଚନ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର, ୨୫ା୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟ ନିର୍ବାଚନ କମିଶନ ରବିବାର ସବୁ ଦ୍ୱନ୍ଦ୍ୱ ଦୂର କରି…

ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟରେ ପ୍ରଥମ ଆରମ୍ଭ ହେବ AI, ମେସିନ୍ ଲର୍ନିଂ ଲ୍ୟାବ୍‌

ଭୁବନେଶ୍ୱର, ୨୫ା୧: ସମଗ୍ର ବିଶ୍ୱ ଏବେ କୃତ୍ରିମ ବୁଦ୍ଧିମତ୍ତା(AI) ପଛରେ ଦୌଡ଼ିବାରେ ଲାଗିଛି। ଏହି ଦୋୖଡରେ ଏବେ ଓଡିଶାର ଶିକ୍ଷା ବ୍ୟବସ୍ଥା ସାମିଲ ହେବାକୁ ଯାଉଛି। ସମ୍ବଲପୁର…

ଟି୨୦ ବିଶ୍ୱକପ୍‌ରେ ସ୍କଟ୍‌ଲାଣ୍ଡ ସାମିଲ ହେବା ପରେ ମୁହଁ ଖୋଲିଲା ବାଂଲାଦେଶ କ୍ରିକେଟ ବୋର୍ଡ

ଢାକା,୨୫ା୧: ଆସନ୍ତା ୭ ତାରିଖରୁ ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଲାଗି ବାଂଲାଦେଶ ବଦଳରେ ସ୍କଟ୍‌ଲାଣ୍ଡକୁ ସାମିଲ କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ନିଷ୍ପତ୍ତିକୁ…

ଭଞ୍ଜନଗର ପୋଲିସକୁ ସଫଳତା, ୩୩ ମୋବାଇଲ ଫୋନ ଉଦ୍ଧାର କରି ଫେରାଇଲା

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ହଜିଯାଇଥିବା ୩୩ଟି ମୋବାଇଲ ଫୋନ ଉଦ୍ଧାର କରିଛି । ଏହାସହ ପ୍ରକୃତ ହିତାଧିକାରୀଙ୍କୁ ଫେରାଇ ଦେଇଛି ।…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି

ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ…

ନକ୍‌ଆଉଟ ପ୍ରତିଯୋଗିତା: ଖଣ୍ଡାଧାର ଟାଇଟନ ଦଳ ଚାମ୍ପିୟନ

ଲହୁଣିପଡ଼ା,୨୫ା୧(ଦାଶରଥି ପଣ୍ଡା): ସୁନ୍ଦରଗଡ ଜିଲା ଲହୁଣିପଡ଼ା କ୍ରିକେଟ ଖେଳ ପଡ଼ିଆଠାରେ ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନ ପକ୍ଷରୁ ଚାଲିଥିବା ୧୭ତମ ପାଞ୍ଚଦିନିଆ ନକ୍‌ଆଉଟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri