ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର

ବାଉଁଶୁଣୀ,୮।୩(ଡି.ଏନ୍‌.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା ଏକ ଟ୍ରନ୍ସଫର୍ମରକୁ ଧକ୍କା ଦେଲା ବାଇକ। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସାରା ଦେଶରେ ରଙ୍ଗର ପର୍ବ ହୋଲି ପାଳନ କରାଯାଉଥିବା ବେଳେ ଦିନ ୩ଟାରେ ଭାରସାମ୍ୟ ହରାଇ ଏକ ବାଇକ ବାଉଁଶୁଣି ନିକଟସ୍ଥ ଏକ ଟ୍ରାନ୍ସଫର୍ମରକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ହେଲେ ଅଁଳାପାଲି ଗ୍ରାମର ମନୋଜ ମେହେର ଓ ରୋଶନ ମେହେର। ଉଭୟେ ନିଜ ଗ୍ରାମ ଅଁଳାପାଲିରୁ ବାଉଁଶୁଣୀକୁ ଆସୁଥିଲେ। ହେଲେ ହଠାତ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଟ୍ରାନ୍ସଫର୍ମରରେ ଗାଡିଟି ଧକ୍କା ହୋଇଥିଲା। ଖବର ପାଇ ବାଉଁଶୁଣୀ ପୋଲିସ ଓ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡିଛି। ଘଟଣାସ୍ଥଳରେ ବାଉଁଶୁଣି ପୋଲିସ ପହଞ୍ଚି ବାଇକକୁ ଜବତ କରି ଅଧିକ ତଦନ୍ତ କରୁଥିବା ଥାନା ଅଧିକାରି ଅରୁଣ ସିଂ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri