ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର

ବାଉଁଶୁଣୀ,୮।୩(ଡି.ଏନ୍‌.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା ଏକ ଟ୍ରନ୍ସଫର୍ମରକୁ ଧକ୍କା ଦେଲା ବାଇକ। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସାରା ଦେଶରେ ରଙ୍ଗର ପର୍ବ ହୋଲି ପାଳନ କରାଯାଉଥିବା ବେଳେ ଦିନ ୩ଟାରେ ଭାରସାମ୍ୟ ହରାଇ ଏକ ବାଇକ ବାଉଁଶୁଣି ନିକଟସ୍ଥ ଏକ ଟ୍ରାନ୍ସଫର୍ମରକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ହେଲେ ଅଁଳାପାଲି ଗ୍ରାମର ମନୋଜ ମେହେର ଓ ରୋଶନ ମେହେର। ଉଭୟେ ନିଜ ଗ୍ରାମ ଅଁଳାପାଲିରୁ ବାଉଁଶୁଣୀକୁ ଆସୁଥିଲେ। ହେଲେ ହଠାତ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଟ୍ରାନ୍ସଫର୍ମରରେ ଗାଡିଟି ଧକ୍କା ହୋଇଥିଲା। ଖବର ପାଇ ବାଉଁଶୁଣୀ ପୋଲିସ ଓ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡିଛି। ଘଟଣାସ୍ଥଳରେ ବାଉଁଶୁଣି ପୋଲିସ ପହଞ୍ଚି ବାଇକକୁ ଜବତ କରି ଅଧିକ ତଦନ୍ତ କରୁଥିବା ଥାନା ଅଧିକାରି ଅରୁଣ ସିଂ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?