ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍ ଚାଳକ ଜଣକ ହେଲେ ଆର ଉଦୟଗିରି ଥାନା ଟିକାମାଳ ଗ୍ରାମର ଯିହୁଦା ଛିଞ୍ଚାଣି ( ୪୨)।

ସୂଚନା ପ୍ରକାରେ ଯିହୁଦା ଗ୍ରାମରୁ ନିଜ ବାଇକ ଯୋଗେ ( ଓଡି ୨୦ ଡି ୮୪୧୯ )ରେ ଟିକାମାଳ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଏକ ଅଜଣା ଟ୍ରକକୁ ଧକ୍କା ଦେଇଥିଲା । ଧକ୍କା ହେବା ପରେ ଜିହୁଦା ରାସ୍ତା କଡରେ ପଡିଯାଇଥିଲେ । ଏହାର ସୁଯୋଗ ନେଇ ଘଟଣାସ୍ଥଳରୁ ଟ୍ରକଟି ଅତି ଚତୁରତାର ସହ ଚମ୍ପଟ ମାରିଥିଲା।

ଖବରପାଇ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସୁନୀଲ ସେଠି ଘଟଣା ସ୍ଥଳରେ ପହଞ୍ଚି ନିଜ ଗାଡ଼ିରେ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତିକରି ଯୁବକକୁ ଚିକତ୍ସା କରାଇଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚନ୍ଦ୍ରଗିରି ପୋଲିସ ଏକ ମାମଲା ରୁଜ୍ଜୁ କରି ଶବ ବ୍ୟବଛେଦ ପାଇଁ ପାରଳାଖେମୁଣ୍ଡି ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?