ଶକ୍ତି ପ୍ରଦର୍ଶନ କଲା ବିଜେଡି: ୭ ପଞ୍ଚାୟତରେ ବାଇକ୍‌ ରାଲି

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବାଇକ୍‌ ରାଲି ମାଧ୍ୟମରେ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଛି। ମଙ୍ଗଳବାର ହାଟଡିହୀ ବ୍ଲକର ୩୭ନମ୍ବର ଜୋନ ଅଧୀନ ଳିଙ୍ଗା, ଶାଳନିଆ,ଡ଼ଅଁର, ଗେଡ଼ମା, ଆଇତିପୁର, ସଡ଼ଙ୍ଗ, ହାବେଳେଶ୍ୱର ପ୍ରଭୃତି ୭ଟି ପଞ୍ଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ଗହଣରେ ପ୍ରଚାର କରିଛନ୍ତି।

କଳିଙ୍ଗା ନିକଟ ପେଟ୍ରୋଲ ପମ୍ପରୁ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଥିଲା l ବିଜେଡି ସରକାରଙ୍କ ବିକାଶ ମୂଳକ ଯୋଜନାକୁ ନେଇ ଡବଲ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅଭିମନ୍ୟୁ ଏବଂ ସମର୍ଥକ ମାନେ ଭୋଟରଙ୍କୁ ନିବେଦନ କରିଥିଲେ l

ଅମରେନ୍ଦ୍ର ଧଳ, ବୀରେନ୍ଦ୍ର ବିଶ୍ୱାଳ, ରଞ୍ଜନ ପହି, ପ୍ରତାପ ଦେଓ, ଗଦାଧର ଦାସ, ବାବୁଲା କାଣ୍ଡି, ନରେନ୍ଦ୍ର ସେଠୀ, ବ୍ରଜ କିଶୋର ଜେନା, ଧବଳେଶ୍ୱର ପଟ୍ଟନାୟକ, ରଙ୍ଗାଧର ମଲ୍ଲିକ,ବିମ୍ବାଧର ବିଶ୍ୱାଳ, ରମାକାନ୍ତ ନାୟକ ସହ ଅନେକ ବରିଷ୍ଠ କର୍ମକର୍ତ୍ତା ପ୍ରଚାରରେ ନେତୃତ୍ୱ ନେଇଥିଲେ। ନିର୍ମଳ ସେଠୀ, ଗିରିଶ ସ୍ବାଇଁ, ଅମରା ସେଠୀ, ଭ୍ରମରବର ସେଠୀ, ପ୍ରଦୀପ ସେଠୀ, ଗୀତିମୟ ବେହେରା, ଶିଶିର ବେହେରା, ବରଦା ପ୍ରସନ୍ନ ନାୟକ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ବିଜେଡି କର୍ମୀ ପ୍ରଚାରରେ ସାମିଲ ହୋଇଥିଲେ। ସେହିପରି କଂଗ୍ରେସ ଏବଂ ଭାଜପା ପକ୍ଷରୁ ମଧ୍ୟ ବିଭିନ୍ନ ଅଞ୍ଚଳରେ ପ୍ରଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri