ଶକ୍ତି ପ୍ରଦର୍ଶନ କଲା ବିଜେଡି: ୭ ପଞ୍ଚାୟତରେ ବାଇକ୍‌ ରାଲି

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବାଇକ୍‌ ରାଲି ମାଧ୍ୟମରେ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଛି। ମଙ୍ଗଳବାର ହାଟଡିହୀ ବ୍ଲକର ୩୭ନମ୍ବର ଜୋନ ଅଧୀନ ଳିଙ୍ଗା, ଶାଳନିଆ,ଡ଼ଅଁର, ଗେଡ଼ମା, ଆଇତିପୁର, ସଡ଼ଙ୍ଗ, ହାବେଳେଶ୍ୱର ପ୍ରଭୃତି ୭ଟି ପଞ୍ଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ଗହଣରେ ପ୍ରଚାର କରିଛନ୍ତି।

କଳିଙ୍ଗା ନିକଟ ପେଟ୍ରୋଲ ପମ୍ପରୁ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଥିଲା l ବିଜେଡି ସରକାରଙ୍କ ବିକାଶ ମୂଳକ ଯୋଜନାକୁ ନେଇ ଡବଲ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅଭିମନ୍ୟୁ ଏବଂ ସମର୍ଥକ ମାନେ ଭୋଟରଙ୍କୁ ନିବେଦନ କରିଥିଲେ l

ଅମରେନ୍ଦ୍ର ଧଳ, ବୀରେନ୍ଦ୍ର ବିଶ୍ୱାଳ, ରଞ୍ଜନ ପହି, ପ୍ରତାପ ଦେଓ, ଗଦାଧର ଦାସ, ବାବୁଲା କାଣ୍ଡି, ନରେନ୍ଦ୍ର ସେଠୀ, ବ୍ରଜ କିଶୋର ଜେନା, ଧବଳେଶ୍ୱର ପଟ୍ଟନାୟକ, ରଙ୍ଗାଧର ମଲ୍ଲିକ,ବିମ୍ବାଧର ବିଶ୍ୱାଳ, ରମାକାନ୍ତ ନାୟକ ସହ ଅନେକ ବରିଷ୍ଠ କର୍ମକର୍ତ୍ତା ପ୍ରଚାରରେ ନେତୃତ୍ୱ ନେଇଥିଲେ। ନିର୍ମଳ ସେଠୀ, ଗିରିଶ ସ୍ବାଇଁ, ଅମରା ସେଠୀ, ଭ୍ରମରବର ସେଠୀ, ପ୍ରଦୀପ ସେଠୀ, ଗୀତିମୟ ବେହେରା, ଶିଶିର ବେହେରା, ବରଦା ପ୍ରସନ୍ନ ନାୟକ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ବିଜେଡି କର୍ମୀ ପ୍ରଚାରରେ ସାମିଲ ହୋଇଥିଲେ। ସେହିପରି କଂଗ୍ରେସ ଏବଂ ଭାଜପା ପକ୍ଷରୁ ମଧ୍ୟ ବିଭିନ୍ନ ଅଞ୍ଚଳରେ ପ୍ରଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri