ଗାଡ଼ି ଧକ୍କାରେ ଆଖିବୁଜିଲେ ବାଇକ୍‌ ଆରୋହୀ

ଦେବଗଡ଼,୬ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ପଳସାକୁଦର ଛକଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଶନିବାର ଅପରାହ୍ନରେ ଦେବଗଡ ଥାନା ସୁନାମୁଣ୍ଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁ (୬୦) ବାଇକ୍‌ ଯୋଗେ ବଳମ ଗ୍ରାମରେ ରହୁଥିବା ତାଙ୍କୁ ଝିଅ ଘରକୁ ଯାଉଥିଲେ । ପଳସାକୁଦର ଛକ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ସେ ବାଇକ୍‌କୁ ହଠାତ ପଛକୁ ବୁଲାଇବାକୁ ଉଦ୍ୟମ କରୁଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲେ। ପୂର୍ଣ୍ଣଚନ୍ଦ୍ର ରାସ୍ତା ଉପରକୁ ଛିଟିକୁ ପଡି ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟ ଶବାଗାରରେ ସଂରକ୍ଷିତ ରଖିଛି। ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଦେବଗଡ଼ ଅଦର୍ଶ ଥାନା ପୋଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣାଗ୍ରସ୍ତ ବାଇକ୍‌ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri