ବିଡିଓଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି:୨୧।୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପଖଣ୍ଡ ଯାଜପୁର ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମୋହନା ବିଡିଓଙ୍କ ସରକାରୀ ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଟି.ପ୍ରଭାକର ରାଓ। ତାଙ୍କର ଘର ସାତମାଇଲ ଗ୍ରାମ ବୋଲି ଜଣାପଡିଛି ।

ମୋହନା ବିଡ଼ିଓ ତପସ୍ବିନୀ ହାଁସଦା କୌଣସି ଏକ ସରକାରୀ କାର୍ଯ୍ୟରେ ପାରଳାଖେମୁଣ୍ଡି ଆସୁଥିଲେ। ହେଲେ ଯାଜପୁର ଗ୍ରାମ ନିକଟରେ ତାଙ୍କ ସରକାରୀ ବୋଲେରୋ ଗାଡ଼ି(ନଂ.ଓଡି୦୨ସିସି-୩୮୧୯) ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀ ଟି.ପ୍ରଭାକରଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?