ବିଡିଓଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି:୨୧।୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପଖଣ୍ଡ ଯାଜପୁର ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମୋହନା ବିଡିଓଙ୍କ ସରକାରୀ ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଟି.ପ୍ରଭାକର ରାଓ। ତାଙ୍କର ଘର ସାତମାଇଲ ଗ୍ରାମ ବୋଲି ଜଣାପଡିଛି ।

ମୋହନା ବିଡ଼ିଓ ତପସ୍ବିନୀ ହାଁସଦା କୌଣସି ଏକ ସରକାରୀ କାର୍ଯ୍ୟରେ ପାରଳାଖେମୁଣ୍ଡି ଆସୁଥିଲେ। ହେଲେ ଯାଜପୁର ଗ୍ରାମ ନିକଟରେ ତାଙ୍କ ସରକାରୀ ବୋଲେରୋ ଗାଡ଼ି(ନଂ.ଓଡି୦୨ସିସି-୩୮୧୯) ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀ ଟି.ପ୍ରଭାକରଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ବୋଲେରୋକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri