ଡିଭାଇଡ଼ରରେ ପିଟିହୋଇ ଚାଲିଗଲା ଜୀବନ

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି-ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେର ବଡ଼କେନ୍ଦୁଗୁଡା ଛକ ନିକଟରେ ରବିବାର ସାରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା ଡିଭାଇଡ଼ରରେ ପିଟିହୋଇ ଜଣେ ବାଇକ୍‌ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଡୁଡୁକାଠେଙ୍ଗା ପଞ୍ଚାୟତ ଖଲିଗଡ଼ ଟେମରିଆପଡ଼ାର ଜୟରାମ ବାଗଙ୍କ ପୁଅ ନକୁଳ ବାଗ।

ଦୁର୍ଘଟଣା ପରେ ସ୍ଥାନୀୟ ଜଣେ ଯୁବକ ୧୦୮ ଆମ୍ବୁଲାନ୍ସ ହେଲ୍ପ ଲାଇନକୁ ଫୋନ କରି ଜଣାଇଥିଲେ। ହେଲେ ହେଲ୍ପ ଲାଇନ ପକ୍ଷରୁ କୌଣସି ଗାଡ଼ି ଉପଲବ୍ଧ ନ ଥିବା କହିବା ସହ ଯୁବକଙ୍କୁ ନିଜେ ଗାଡି ବ୍ୟବସ୍ଥା କରିବାକୁ କୁହାଯାଇଥିଲା। ଫୋନ ପରେ ଆମ୍ବୁଲାନ୍ସ ଘଟଣାସ୍ଥଳରେ ଠିକ୍‌ ସମୟରେ ପହଞ୍ଚି ଥିଲେ ଯୁବକକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ପାରିଥାନ୍ତା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଖବର ପାଇ ଆମପାଣି ପୋଲିସ ପହଞ୍ଚି କୋକସରା ଦମକଳ ବାହିନୀଙ୍କ ସହାୟତାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଯାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri