ଆଇରନ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ୍ୟୁ: କ୍ଷତି ପୂରଣ ଦାବିରେ ରାସ୍ତାରୋକ

ଭଦ୍ରକ ଅଫିସ,୨୨।୪: ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବନ୍ତ ବଜାର ଜଳସେଚନ ଅଫିସ ନିକଟରେ ଆଇରନ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ଶୁକ୍ରବାର ରାତିରୁ କ୍ଷତି ପୂରଣ ଦାବିରେ ରାସ୍ତା ରୋକ କରିଛନ୍ତି । ମୃତକ ହେଉଛନ୍ତି ବନ୍ତ ଥାନା ଟିଲୋ ବଡ଼ସାହି ଗ୍ରାମର ଯୁବକ ଶଙ୍କର୍ଷଣ ସାହୁ। ସେ ମଟୋର ସାଇକେଲରେ ଶୁକ୍ରବାର ସାରେ ବନ୍ତ ବଜାରରୁ ଘରକୁ ଫେରୁଥିବା ସମୟରେ ଜଳସେଚନ ଅଫିସ ସମ୍ମୁଖରେ ପାଚେରୀ ନିର୍ମାଣ ପାଇଁ କୁଢ଼ ହୋଇପଡିଥିବା ବାଲି ଓ ଚିପ୍ସ ପାଖରେ ଶଙ୍କର୍ଷଣଙ୍କ ଉପରେ ଆନନ୍ଦପୁର ଦିଗରୁ ଦ୍ରୁତ ଗତିରେ ଆସୁଥିବା ଆଇରନ ବୋଝେଇ ଟ୍ରକଟି ଚଢି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା । ପରେ କଟକ ଅଭିମୁଖେ ନେଉଥିବା ସମୟରେ କୁଆଖିଆ ପାଖରେ ତାଙ୍କର ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହ ଶହଶହ ଲୋକ ଏକାଠି ହୋଇ ରାସ୍ତାରୋକ କରି ଶଙ୍କର୍ଷଣଙ୍କ ପରିବାରକୁ କ୍ଷତିପୂରଣ ସହ, ବେଆଇନ ଭାବରେ ଯାତାୟତ କରୁଥିବା ଆଇରନ ଗାଡିକୁ ସମ୍ପୂର୍ଣ ବନ୍ଦ କରାଯିବା ସହ,ଦୈନନ୍ଦିନ ସକାଳ ୬ ଘଟିକାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଦାବି କରଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri