ପିକଅପ ଭ୍ୟାନ ଧକ୍କାରେ ବାଇକ୍ ଚାଳକ ମୃତ 

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପୋଲିସ ଥାନା ନିକଟରେ ଗୁରୁବାର ମଧ୍ୟାହ୍ନରେ ପିକଅପ ଭ୍ଯାନ (ନଂ. ଓଡ଼ି୦୭ ଆର – ୦୧୨୮) ଏକ ବାଇକ (ନଂ. ଓଡ଼ି ୦୭ ଏଡ଼ବ୍ଲ୍ୟୁ -୨୨୨୧) କୁ ସମ୍ମୁଖ ଭାଗରୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବ୍ରହ୍ମପୁର ସଦରଥାନା ହୁଗୁଳାପଟା ଗ୍ରାମର ସନ୍ତୋଷ କୁମାର ସ୍ବାଇଁ।

ସନ୍ତୋଷ ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ବର ଗ୍ରାମରେ ବିବାହ କରିଥିବା ବେଳେ ପବିତ୍ର ଶାମ୍ୱଦଶମୀ ପୂଜା ପାଇଁ ଶ୍ଵଶୁର ଘରକୁ ଆସିଥିଲେ। ଅପରାହ୍ନ ପ୍ରାୟ ୧ ଟା ରେ ବାଇକରେ ନିଜ ଗ୍ରାମକୁ ଫେରୁଥିଲେ । ଏହି ସମୟରେ ବ୍ରହ୍ମପୁରରୁ ଦିଗପହଣ୍ଡି ଅଭିମୁଖେ ଆସୁଥିବା ପିକଅପ ଭ୍ଯାନ ବାଇକ କୁ  ଧକ୍କା ଦେଇଥିଲା ।

ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚି ଗୁରୁତର ଅବସ୍ଥାରେ ସନ୍ତୋଷଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ବଡଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ।  ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରୁ ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ ଓ ପିକଅପ୍ ଭ୍ୟାନକୁ ଜବତ କରିଛନ୍ତି। ଥାନା ମାମଲା ନଂ.୨୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଛି। ଅପରପକ୍ଷରେ ଦୁର୍ଘଟଣା ପରେ ଭ୍ୟାନ ଚାଳକ ଦିଗପହଣ୍ଡି ଥାନାରେ ଆତ୍ମ ସମର୍ପଣ କରିଥିବା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?