ପିକଅପ ଭ୍ୟାନ ଧକ୍କାରେ ବାଇକ୍ ଚାଳକ ମୃତ 

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପୋଲିସ ଥାନା ନିକଟରେ ଗୁରୁବାର ମଧ୍ୟାହ୍ନରେ ପିକଅପ ଭ୍ଯାନ (ନଂ. ଓଡ଼ି୦୭ ଆର – ୦୧୨୮) ଏକ ବାଇକ (ନଂ. ଓଡ଼ି ୦୭ ଏଡ଼ବ୍ଲ୍ୟୁ -୨୨୨୧) କୁ ସମ୍ମୁଖ ଭାଗରୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବ୍ରହ୍ମପୁର ସଦରଥାନା ହୁଗୁଳାପଟା ଗ୍ରାମର ସନ୍ତୋଷ କୁମାର ସ୍ବାଇଁ।

ସନ୍ତୋଷ ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ବର ଗ୍ରାମରେ ବିବାହ କରିଥିବା ବେଳେ ପବିତ୍ର ଶାମ୍ୱଦଶମୀ ପୂଜା ପାଇଁ ଶ୍ଵଶୁର ଘରକୁ ଆସିଥିଲେ। ଅପରାହ୍ନ ପ୍ରାୟ ୧ ଟା ରେ ବାଇକରେ ନିଜ ଗ୍ରାମକୁ ଫେରୁଥିଲେ । ଏହି ସମୟରେ ବ୍ରହ୍ମପୁରରୁ ଦିଗପହଣ୍ଡି ଅଭିମୁଖେ ଆସୁଥିବା ପିକଅପ ଭ୍ଯାନ ବାଇକ କୁ  ଧକ୍କା ଦେଇଥିଲା ।

ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚି ଗୁରୁତର ଅବସ୍ଥାରେ ସନ୍ତୋଷଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ବଡଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ।  ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରୁ ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ ଓ ପିକଅପ୍ ଭ୍ୟାନକୁ ଜବତ କରିଛନ୍ତି। ଥାନା ମାମଲା ନଂ.୨୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଛି। ଅପରପକ୍ଷରେ ଦୁର୍ଘଟଣା ପରେ ଭ୍ୟାନ ଚାଳକ ଦିଗପହଣ୍ଡି ଥାନାରେ ଆତ୍ମ ସମର୍ପଣ କରିଥିବା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ...

ରାଙ୍ଗାପାରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ତୁମୁଡିବନ୍ଧ, ୨୨।୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ବେଲଘର ପଞ୍ଚାୟତ ରାଙ୍ଗପାରୁ ସ୍ଥିତ ଅନୁସୂଚିତ ଜାତି ଓ ଜନ ଜାତି ଉନ୍ନୟନ ବିଭାଗର...

୨୭ ତମ ବାର୍ଷିକ ଉତ୍ସବ, ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ: ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ

ବାଲିଗୁଡା, ୨୨।୧ (ସଞ୍ଜୟ କୁମାର ପାଣିଗ୍ରାହୀ): ରାଷ୍ଟ୍ରରେ ନବ ନିର୍ମାଣ ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ବାଲିଗୁଡା ଓ କୁର୍ତ୍ତମଗଡ଼ ସ୍ଥିତ ଗାୟତ୍ରୀ ଶକ୍ତିପୀଠରେ ୨୭ ତମ...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍‌ଏସି କର୍ତ୍ତୃପକ୍ଷ

ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri