ଟ୍ରକ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି,୯।୭(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରବନ୍ଧ ଥାନା ଅଧୀନ ସାରିଆପଲ୍ଲୀ ଗ୍ରାମ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଗାଡି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଇଠଡା ଗ୍ରାମର ଟି.ସିମାଞ୍ଚଳମ୍‌(୫୨)।

ମିଳିଥିବା ସୂଚନା ମୁତାବକ, ଟି.ସିମାଞ୍ଚଳମ ଗାରବନ୍ଧ ଗ୍ରାମରୁ ଘରକୁ ନିଜର ଟିଭିଏସ୍‌ ଏକ୍ସଲ(ମୁପେଡ୍‌) ଗାଡିରେ ଆସୁଥିଲେ। ହେଲେ ଏକ୍‌ ଟ୍ରକ(ନଂ.ଏପି୨୧ଟିଏ- ୩୬୯୯) ଭାରସାମ୍ୟ ହରାଇ ଗାଡିକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସିମାଞ୍ଚଳମ୍‌ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କର ଗାରବନ୍ଧ ପୋଲିସ ଗାଡିରେ ଗୁରାଣ୍ଡି ଗୋଷ୍ଠୀ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ କୌଣସି ଡାକ୍ତର କିମ୍ବା କର୍ମଚାରୀ ନ ଥିବାରୁ ତାଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଅନ୍ୟପକ୍ଷରେ ଗୁରାଣ୍ଡି ଗୋଷ୍ଠୀ ଚିକିତ୍ସାଳୟରେ ସିମାଞ୍ଚଳମଙ୍କ ପ୍ରାଥମିକ ଚିକିତ୍ସା ହୋଇଥାନ୍ତା ତେବେ ସେ ନିଶ୍ଚିତ ବଞ୍ଚିଯାଇଥାନ୍ତେ ବୋଲି କଇଠଡା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏନେଇ ଘଟଣାର ତଦନ୍ତ ଦାବି ହୋଇଛି। ରବିବାର ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଦୁର୍ଘଟଣାକୁ ନେଇ ଗାରବନ୍ଧ ଥାନାରେ ଏକ ମାମଲା(ନଂ.୪୬/୨୩) ରୁଜୁ ହୋଇଛି। ଘଟଣାର ତଦନ୍ତ ଜାରି ରହିଥିବାର ଥାନା ଅଧିକାରୀ ଗୋବିନ୍ଦ ଗୌଡ ସୂଚନା ଦେଇଛନ୍ତି । ସିମାଞ୍ଚଳମ୍‌ ମିସ୍ତ୍ରୀ ଭାବେ କାର୍ଯ୍ୟ କରି ପରିବାର ପ୍ରତିପୋଷଣ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri