ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତା ମାଧପୁର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ୧୨ ଚକିଆ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦେଇପଶି ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର ଜୀବନ ଜ୍ୟୋତି ମହାନ୍ତ(୨୨)।
ମିଳିଥିବା ସୂଚନା ମୁତାବକ, ଜୀବନ କ୍ଲାସ କରିବାକୁ ଏକ ବାଇକ୍‌ ଯୋଗେ ପାଟଣା ଆସୁଥିଲେ। ହେଲେ ମାଧପୁର ଛକ ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ପାଟଣା ଅଗ୍ନିଶମ କର୍ମଚାରୀ ତାଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପାଟଣା ଥାନା ଅଧିକାରୀ ମନୋରଞ୍ଜନ ପ୍ରଧାନ, ଏଏସ୍‌ଆଇ ଏ.ନ୍‌. ଲୁଗୁନ ପହଞ୍ଚତ୍ ଟ୍ରକ ଓ ବାଇକ୍‌କୁ ଜବତ କରିଛନ୍ତି। ପୋଲିସ ଟ୍ରକ ଚାଳକଙ୍କୁ ଥାନାରେ ଅଟକ ରହିଛି। ଜୀବନଜ୍ୟୋତି ଭଲ କ୍ରିକେଟ୍‌ ଖେଳାଳି ଥିଲେ। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri