Posted inଅପରାଧ

୩୦ ଟଙ୍କା ମାଗିବାରୁ ପେଟ୍ରୋଲ ପମ୍ପ୍‌ ସେଲ୍‌ସମ୍ୟାନଙ୍କୁ ଗୁଳି

ନୋଏଡା, ୧।୭- ୧୦୦ ଟଙ୍କାର ପେଟ୍ରୋଲ ପକାଇ ୭୦ ଟଙ୍କା ଦେଲେ। ବାକି ୩୦ ଟଙ୍କା ମାଗିବାରୁ ରାଗିଯାଇ ପେଟ୍ରୋଲ ପମ୍ପ ସେଲ୍‌ସମ୍ୟାନଙ୍କୁ ଗୁଳି ମାରିଦେଲେ ଦୁବୃର୍ତ୍ତ। ଏଭଳି ଏକ ଘଟଣା ଉତ୍ତର ପ୍ରଦେଶ ନୋଏଡା ଏକ୍ସପ୍ରେସ ଓ୍ବେ ଥାନା ଅଞ୍ଚଳରେ ଘଟିଯାଇଛି। ବୁଧବାର ସେକ୍ଟର-୧୩୩ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପକୁ ଦୁଇଜଣ ଯୁବକ ଗୋଟିଏ ବାଇକରେ ଆସି ୧୦୦ ଟଙ୍କାର ତେଲ ପକାଇଥିଲେ। ଏହାପରେ ଯୁବକ ଦୁଇଜଣ ପଙ୍କଜ ନାମକ ସେଲ୍‌ସମ୍ୟାନଙ୍କୁ ୭୦ ଟଙ୍କା ଦେଇଥିଲେ। ପଙ୍କଜ ବାକି ୩୦ ଟଙ୍କା ଯୁବକଙ୍କୁ ମାଗିଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏହାପରେ ବାଇକରେ ବସିଥିବା ଯୁବକ ରାଗିଯାଇ ସେଲ୍‌ସମ୍ୟାନଙ୍କୁ ଗୁଳି ମାରି ଫେରାର ହୋଇଯାଇଥିଲେ। ଏହାପରେ ପେଟ୍ରୋଲ ପମ୍ପରେ ଉପସ୍ଥିତ ଥିବା ଅନ୍ୟ କର୍ମଚାରୀ ପଙ୍କଜଙ୍କୁ ହସ୍ପିଟାଲ ନେଇଥିଲେ। ଅପରପକ୍ଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?