ବାଇକ-ସ୍କୁଟି ମୁହାଁମୁହିଁ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ମୋହନା ଓ ଅଡ଼ବା ଥାନା ଅଞ୍ଚଳରେ ଶନିବାର ପୃଥକ ପୃଥକ ବାଇକ ଦୁର୍ଘଟଣା ଘଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ୨ଜଣ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଅଡ଼ବା ଥାନା ଅନ୍ତର୍ଗତ ଗୁଲୁବା ପଞ୍ଚାୟତ ଲଦିଗୁଡ଼ା ଗ୍ରାମର ଅଜୟ ରଇତ (୨୨) ଏକ ବାଇକ୍‌ ଯୋଗେ ଭାଉଜ ବାସନ୍ତୀ ମଣ୍ଡଳ(୨୫)ଙ୍କ ସହ କୌଣସି କାମରେ ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମକୁ ଯାଉଥିଲେ। ଗ୍ରାମଠାରୁ କିଛି ଦୂର ଲଦିଗୁଡ଼ା ଘାଟି ବୁଲାଣିରେ ଏକ ଅଟୋକୁ ଅତିକ୍ରମ କରି ଆଗକୁ ଯିବା ବେଳେ ଭାରସାମ୍ୟ ରକ୍ଷା କରି ନ ପାରି ରାସ୍ତାକଡକୁ ଉଭୟେ ଛିଟିକି ପଡ଼ିଥିଲେ। ଫଳରେ ଉଭୟେ ଗୁରୁତର ଅବସ୍ଥାରେ ପଡ଼ିଥିବା ବେଳେ ପରିବାର ଲୋକେ ଖବର ପାଇ ଏକ ଅଟୋ ଦ୍ୱାରା ଦୁହିଁଙ୍କୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଉଭୟଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଡ।କ୍ତର ରୀତେଶ ପାଢ଼ୀ ସ୍ଥାନାନ୍ତର କରିଛନ୍ତି।
ସେହିପରି ମଧ୍ୟାହ୍ନରେ ବାଇକ୍‌ ସହ ସ୍କୁଟି ଧକ୍କା ହୋଇ ଜଣେ ଗୁରୁତର ଓ ୨ଜଣ ଆହତ ହୋଇଛନ୍ତି। ମୋହନା ଥାନା ଅନ୍ତର୍ଗତ ନିଜୁମା ଗାଁର ଜଗନ୍ନାଥ ମଳିକ ଓ ଆର. ଉଦୟଗିରି ଥାନା ଅନ୍ତର୍ଗତ ବରେଇ ଗାଁର ସଲିମ ରଇତ (୨୪) ଏକ ବାଇକ ଯୋଗେ ବ୍ରହ୍ମପୁରରୁ ନିଜ ଗାଁକୁ ଯାଉଥିବା ବେଳେ ଅପରପାର୍ଶ୍ୱ ଅଡବା ଥାନା ଅନ୍ତର୍ଗତ ନିଧିଗୁଡ଼ି ଗ୍ରାମରୁ ମହଞ୍ଜୟ ରଇତ ( ୨୨) ଏକ ସ୍କୁଟି ଯୋଗେ ଖଜୁରିପଦା ଗାଁକୁ ଯାଉଥିବା ବେଳେ ଚାନ୍ଦିପୁଟ ଅଧୀନ ଖାରିଢ଼େପ ଗ୍ରାମ ନିକଟ ବୁଲାଣି ରାସ୍ତାରେ ବାଇକ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ମହଞ୍ଜୟ ଗୁରୁତର ହୋଇଥିଲେ। ଚନ୍ଦ୍ରଗିରି ସ୍ବାସ୍ଥ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀ ଡା. ସିମରାନ ବିଷୋୟୀ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଛନ୍ତି। ଅନ୍ୟ ୨ ଜଣ ଚନ୍ଦ୍ରଗିରିରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ଉଭୟ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri