ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ ୮ ରେ ବାଇକ (ନଂ. ଓଡ଼ି ୦୭ ସି -୦୯୫୧) ଏବଂ ସ୍କୁଟି (ନଂ. ଓଡ଼ି ୦୭ ବିସି – ୫୭୩୬) ମୁହାଁ ମୁହିି ଧକ୍କା ହେବାରୁ ୨ ଜଣ ଗୁରୁତର ଆହତ ହୋଇଥିଲେ। ଆହାତ ଦ୍ବୟ ହେଲେ ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମର ବାଇକ ଚାଳକ ସୁଦାମ ପାଢ଼ୀ(୫୫) ଏବଂ ସ୍କୁଟି ଚାଳକ ଦିଗପହଣ୍ଡିରେ ରହୁଥିବା ବିହାର ଅଞ୍ଚଳର ଗୁପ୍ଚୁପ୍ ବିକ୍ରେତା ବିଜେନ୍ଦ୍ର ସୋନି(୨୮)।

ଉଭୟଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସୁଦାମଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବିଜେନ୍ଦ୍ରଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି। ସୁଦାମ ବ୍ରହ୍ମପୁରରୁ ସଉଦା କ୍ରୟ କରି ଗାଁକୁ ଫେରୁଥିବା ବେଳେ ବିଜେନ୍ଦ୍ର ସ୍କୁଟିରେ ଘରକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଖବରପାଇ ଦିଗପହଣ୍ଡି ପୋଲିସ ଟିମ୍ ଦୁର୍ଘଟଣାସ୍ଥଳରେ ପହଞ୍ଚି ବାଇକ ଓ ସ୍କୁଟିକୁ ଜବତ କରି ତଦନ୍ତ ଚଳାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri