ଆଇନଜୀବୀଙ୍କ ଘର ସମ୍ମୁଖରୁ ବାଇକ ଚୋରି: ଧରାପଡ଼ିଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତାରେ ରହୁଥିବା ଓକିଲ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ବାଇକ୍‌ (ଓଆର ୦୭ ଆର -୬୩୩୪) ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଯାଇଛି। ଅଭିଯୁକ୍ତ ହେଲେ ଦିଗପହଣ୍ଡି ପାଇକ ସାହିରେ ରହୁଥିବା ଜଗନ୍ନାଥ ବିଷୋୟୀ।

ଗତ ଗୁରୁବାର ବିଳମ୍ବିତ ରାତିରେ ଆଇନଜୀବୀ ପାଢୀଙ୍କ ଘର ସମ୍ମୁଖରୁ ବାଇକ ଚୋରି ହୋଇ ଯାଇଥିଲା। ସେ ଶୁକ୍ରବାର ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ଏକ ମାମଲା( ନଂ. ୪୨୩/୨୫) ରୁଜୁ କରି ଏସଆଇ ସୋଫିଆ ମିଶ୍ରଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ। ରବିବାର ଏସଆଇ ମିଶ୍ର ବାଇକ୍‌ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri