ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌ ଜଳିଯାଇଛି। ସେଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବାରଣ୍ଡାପାଟ ଗାଁର ବାଇକ୍‌ ଆରୋହୀ ମନସୂଦନ ମାଝୀ (୪୦), ତପନ ରାଉତ (୪୫) ଓ ସାଇକେଲ ଆରୋହୀ ଯୁଜିଷ୍ଠିର ରାଉତ (୩୫)। ସୂଚନା ଅନୁଯାୟୀ, ଅପରାହ୍ନ ଗୋଟାଏ ସମୟରେ ଦୁଇ ବାଇକ୍‌ ଆରୋହୀ ଉଦ୍ୟାନବନ୍ଧ ପଟୁ ଜଡାମୁଣ୍ଡା ପଟେ ଯାଉଥିଲେ। ସେହି ସମୟରେ ସାଇକେଲକୁ ଧକ୍କା ଦେଇ ବାଇକ୍‌ ଜଳି ଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ବାଇକ ଜଳି ଯାଇଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି କୋମନା ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସେଠାରେ ଯୁଜିଷ୍ଠିର ଓ ତପନ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରି ଯାଇଥିବା ବେଳେ ମନସୂଦନ ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। କୋମନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri