ଖଲ୍ଲିକୋଟରେ ଧରାପଡ଼ିଲା ବାଇକ ଚୋରି ଗ୍ୟାଙ୍ଗ: ୪ ଗିରଫ, ୧୯ ବାଇକ ଜବତ କରି…

ଖଲ୍ଲିକୋଟ,୧ା୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ପୋଲିସ ବାଇକ ଚୋରି ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ସମେତ ୪ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଖଲ୍ଲିକୋଟ ଥାନା ଅଞ୍ଚଳରେ ଗତ ୩ ମାସ ମଧ୍ୟରେ ବାଇକଚୋରି ହେଉଥିଲା। ଜୁନ ୧୯ ରେ ସୁରେଶ ଚନ୍ଦ୍ର ରାଉଳଙ୍କ ବାଇକ ଚୋରି ହୋଇଥିଲା। ଏତାଲା ପ୍ରକାରେ ଥାନା କେଶ୍‌ ନଂ. ୫୧୩/୨୦୨୫ ମାମଲାରେ ଖଲ୍ଲିକୋଟ ଥାନା ଏସଆଇ କେଶବ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଗଠନ ହୋଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୯ଟି ବାଇକ ଜବତ କରିବା ସହ ମୁଖ୍ୟ ଅଭିଯୁକ୍ତ ପୁରୁଷୋତ୍ତମ ପୁର ଥାନା ଅନ୍ତର୍ଗତ ବାହାଡାପଲ୍ଲୀ ଗ୍ରାମର ଦିଲ୍ଲୀପ ପଲାଇ (୨୭)ଙ୍କୁ ଗିରଫ କରିଥିଲେ। ପରେ ସହଯୋଗି ଆଉ ୩ଜଣ ଗିରଫ ହୋଇଥିଲେ। ଏହି ବାଇକ ଚୋରି ଗ୍ୟାଙ୍ଗ ଖଲ୍ଲିକୋଟ, ବେଗୁନିଆପଡା, କବିସୂର୍ଯ୍ୟନଗର, ଆସିକା, ଶେରଗଡ଼ ଏ ସବୁ ଅଞ୍ଚଳରୁ ଚୋରି କରି କମ ଦାମରେ ବିକ୍ରି କରନ୍ତି। ଏହି ଚୋରି ଗ୍ୟାଙ୍ଗରେ ଆହୁରି କିଛି ସଦସ୍ୟ ଅଛନ୍ତି, ତଦନ୍ତ ଚାଲୁ ରହିଛି। ଆହୁରି କିଛି ବାଇକ ଉଦ୍ଧାର ହେବ ବୋଲି ଗଞ୍ଜାମ ଏସପି ଶୁଭେନ୍ଦୁ ପାତ୍ର ଖଲ୍ଲିକୋଟ ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ବାଇକ ମାଲିକଙ୍କୁ ଗାଡ଼ିଗୁଡିକ ହସ୍ତାନ୍ତର କରାଯାଇଥିଲା।  ଚୋରୀ ବାଇକ ଫେରି ପାଇବା ପରେ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି ବାଇକ ମାଲିକମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri