ବାଇକ୍‌ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ: ୨ ଗିରଫ, ୬ ଗାଡି ଜବତ

କୋରାପୁଟ,୧୬।୫(ସ୍ବପ୍ର ): କୋରାପୁଟ ସହରରୁ ୨ ଜଣିଆ ଆନ୍ତଃଜିଲା ଚୋରି ବାଇକ୍‌ ରାକେଟ୍‌ର ପର୍ଦ୍ଦାଫାଶ କରିଛି କୋରାପୁଟ ପୋଲିସ। ଅଭିଯୁକ୍ତଙ୍କୁ ବାନ୍ଧି କୋର୍ଟ ଚାଲାଣ କରିଛି କୋରାପୁଟ ଟାଉନ ପୋଲିସ। ସହରର ଜନଗହଳି ପୂର୍ଣ୍ଣ ଅଞ୍ଚଳରୁ ବାଇକ୍‌ ଚୋରି କରୁଥିବା ୨ ଲୁଟେରାଙ୍କୁ ପୋଲିସ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବାଇକ୍‌ ଜବତ କରିଛି। କୋରାପୁଟ ସହର ହସ୍ପିଟାଲ ପରିସର ଓ ବିଭିନ୍ନ ଅଞ୍ଚଳରୁ ଅଭିଯୁକ୍ତମାନେ ଚୋରି କରୁଥିବା ନେଇ ମଙ୍ଗଳବାର କୋରାପୁଟ ଟାଉନ ପୁଲିସ ପକ୍ଷରୁ ଏସଡିପିଓ ମନୋଜ ପୂଜାହାରୀ ଓ ଆଇଆଇସି ଧୀରେନ ପଟ୍ଟନାୟକ ଏକ ସମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି। ସେମାନେ ହେଲେ ପୂଜାରୀପୁଟ ଅଞ୍ଚଳର ହେରେକୃଷ୍ଣ ପାଣିଗ୍ରାହୀଙ୍କ ପୁଅ ଅଜିତ କୁମାର ପାଣିଗ୍ରାହୀ(୩୦) ଓ କକନ ବଢେଇଙ୍କ ପୁଅ ଚନ୍ଦନ ବଢେଇ(୨୧)। ଏହି ଦୁଇ ଜଣଙ୍କ ନାମରେ ପୂର୍ବରୁ ୪ଟି ଲେଖାଏଁ ଚୋରି, ଡକାୟତି ଓ ଗାଡି ଚୋରି ପରି ମାମଲା ରହିଥିବା ପୋଲିସ କହିଛି। ଆନ୍ତଃଜିଲ୍ଲା ୨ ବାଇକ ଲୁଟେରାଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ସହ ଅନ୍ୟ କେଉଁମାନେ ସମ୍ପୃକ୍ତି ରହିଛି ସେ ନେଇ ପୋଲିସର ତଦନ୍ତ କରୁଛି ।

ସୂଚନାଯୋଗ୍ୟ, ଚନ୍ଦନ ବଢେଇଙ୍କ ନାଁରେ ୪ ଟି ମାମଲା ରହିଥିବା ବେଳେ ଅଜିତ ପାଣିଗ୍ରାହୀ ନାମରେ ମଧ୍ୟ ୪ ଟି ମାମଲା ରହିଥିବା କୋରାପୁଟ ଏସଡିପିଓ ମନୋଜ କୁମାର ପୂଜାରୀ ସୂଚନା ଦେଇଛନ୍ତି । ମାଥିଲି ଅଞ୍ଚଳର ଧନ ପୂଜାରୀ ନାମକ ବ୍ୟକ୍ତିଙ୍କର ବାଇକ୍‌ଟି କୋରାପୁଟ ମେଡିକାଲ କଲେଜ ହସ୍‌ପିଟାଲରୁ ଚୋରି ହେବା ନେଇ ଅଭିଯୋଗ କ୍ରମେ ପୋଲିସ ତଦନ୍ତ କରି କୋରାପୁଟ ସହରର ଏହି ୨ ଜଣଙ୍କୁ ଗିରଫ କରିଛି । ସେମାନେ ଚୋରି ଗାଡିକୁ ଜୟପୁର, ନବରଙ୍ଗପୁର ଜିଲାରେ ବିକ୍ରୟ କରୁଥିଲେ । ତେବେ ସେମାନେ କାହାକୁ କାହାକୁ କେତୋଟି ମୋଟର ସାଇକେଲ ବିକ୍ରୟ କରିଛନ୍ତି, ଏନେଇ ଅଭିଯୁକ୍ତଙ୍କୁ ରିମାଣ୍ଡରରେ ଅଣାଯାଇ ତଦନ୍ତ କରାଯିବ ବୋଲି ଏସଡିପିଓ ମନୋଜ ପୂଜାରୀ କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri