ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି ଚୋର। ଗୋଟିଏ ରାତିରେ ହୁମା ବଜାରରୁ ୩ଟି ବାଇକ୍ ଚୋରି ହୋଇଥିବା ଅଭିଯୋଗ ହୋଇଛି, ଯାହା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଚିନ୍ତାରେ ପକାଇଦେଇଛି। ପୋଲିସକୁ ଖାତିର ନକରି ଚୋରମାନେ ଖୁଲମ୍‌ଖୁଲା ଚୋରି କରୁଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ହୁମା ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ହୁମା ବଜାରରୁ ଗୋଟିଏ ପରେ ଗୋଟିଏ ବାଇକ୍ ଗାଏବ ହେବାରେ ଲାଗିଛି। ପୂର୍ବରୁ ଏଠାରୁ ସୁନା ଚୋରି ହୋଇଥିବା ବେଳେ ଏବେ ବାଇକ୍ ଚୋରି ବଢ଼ିବାରେ ଲାଗିଛି। କିଛି ଦିନ ପୂର୍ବରୁ ଆସ୍କା ରୋଡ ବଜାରରୁ ଦିନ ଦିପହରେ ଗୋଟିଏ ନୀଳ ରଙ୍ଗର ଗ୍ଲାମର ଚୋରି ହୋଇଥିଲା, ଯାହାର ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନାହିଁ। ପୁଣି ଶୁକ୍ରବାର ରାତିରେ ଗୋଟିଏ ନୀଳ ରଙ୍ଗର ପଲସର ଟି ଟେଣ୍ଟୀ ବାଇକ୍ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏହାପରେ ଶନିବାର ଭୋର ୫ଟା ବେଳେ ହୁମା ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଭିକି କିଚେନ୍ ରୁ ଆର ୱାନ ୫ (OD 07 AS 8004) ବାଇକ୍ ଚୋରି ହୋଇଛି। ବିଶେଷ କଥା ହେଉଛି, ଚୋରି ହୋଇଥିବା ସ୍ଥାନରେ ସିସିଟିଭି କ୍ୟାମେରା ଥିଲେ ମଧ୍ୟ ଚୋରମାନେ ସେଥିକୁ ଖାତିର ନକରି ବାଇକ୍ ଚୋରି କରିବାରେ ସଫଳ ହୋଇଛନ୍ତି।

ଏହି ବାଇକ୍ ଚୋରି ଘଟଣା ଏବେ ହୁମା ବଜାରରେ ଆତଙ୍କ ସୃଷ୍ଟି କରିଛି। ଅଞ୍ଚଳବାସୀ ଏବେ ବାଇକ୍ ବାହାରେ ରଖିବାକୁ ଭୟ କରୁଛନ୍ତି। ବାଇକ୍ ଚୋରଙ୍କୁ ତୁରନ୍ତ ଧରିବା ପାଇଁ ଏବଂ ଅଞ୍ଚଳରେ ଚୋରି ରୋକିବା ପାଇଁ ପୋଲିସ ପକ୍ଷରୁ ଦୃଢ଼ ପଦକ୍ଷେପ ନେବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri