ବାଇକ୍‌ ଚୋରି କରି ବିକୁଥିଲେ ଗ୍ୟାରେଜ୍‌ରେ

ଭଞ୍ଜନଗର/ବୁଗୁଡ଼ା,୧୫।୧୧(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଅଧୀନ ଭଞ୍ଜନଗର, ବେଲଗୁଣ୍ଠା ଏବଂ ବୁଗୁଡ଼ା ପୋଲିସକୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ସୋମବାର ଏକ ଆନ୍ତଃ ଜିଲା ବାଇକ୍‌ ଲୁଟେରା ଦଳକୁ କାବୁ କରିଛି । ପୋଲିସ ଏହି ର଼୍ୟାକେଟର ୭ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୭ଟି ବାଇକ୍‌ ଓ ୨ଟି ସ୍କୁଟି ଜବତ କରାଯାଇଛି । ଏହି ଘଟଣାରେ ଆହୁରି ଅନେକ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି। ଗିରଫ ଅଭିଯୁକ୍ତମାନେ ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ା ଜିଲାର ବିଭିନ୍ନ ଥାନା ଅଞ୍ଚଳର ଏକାଧିକ ମାମଲାରେ ଜଡ଼ିତ ରହିଛନ୍ତି। ଭଞ୍ଜନଗର ଥାନାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏଏସ୍‌ପି ବି.କେ.ମଲ୍ଲିକ ଏହି ସୂଚନା ଦେଇଛନ୍ତି ।

ଗତ ୩ ତାରିଖରେ ତନରଡ଼ାର ସନିଆ ମଲ୍ଲିକଙ୍କ ବାଇକ୍‌ ବେଲଗୁଣ୍ଠା ରୋଡ଼ ଝାଙ୍କେରେଇ ମନ୍ଦିର ନିକଟରୁ ଚୋରି ହୋଇଥିଲା । ପୋଲିସ ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ୨ ଅଭିଯୁକ୍ତ ବିଷ୍ଣୁଚକ୍ର ଅଜିତ ପଟ୍ଟନାୟକ ଓ ଭଞ୍ଜନଗର ପିଣ୍ଟୁ ମହାନ୍ତିଙ୍କୁ ଚିହ୍ନଟ କରିଥିଲା। ଅଭିଯୁକ୍ତମାନେ ଯେଉଁ ଗ୍ୟାରେଜ୍‌ରେ ଗାଡ଼ି ବିକ୍ରି କରିଥିଲେ ସେଠାର ଠିକଣା ପୋଲିସକୁ ଦେଇଥିଲେ। ପରେ ବିଭିନ୍ନ ଗ୍ୟାରେଜରୁ ୧୩ଟି ଗାଡ଼ି ଓ ଅଭିଯୁକ୍ତମାନଙ୍କ ପାଖରୁ ଅନ୍ୟ ୬ଟି ଗାଡ଼ି ଜବତ କରାଯାଇଥିଲା। ଅଭିଯୁକ୍ତମାନଙ୍କ ଠାରୁ ଗାଡ଼ି କିଣିଥିବା ଅଭିଯୋଗରେ ପୋଲିସ ଚିରିକିପଡ଼ାର ବିଭୂତି ଚରଣ ପଟ୍ଟନାୟକ, ଗୋଲିଆର ମନୋଜ ପ୍ରଧାନ, ପ୍ରଶାନ୍ତ ବାଡ଼ତ୍ୟା, କୁଶପଲ୍ଲୀର ସନ୍ତୋଷ ଗୌଡ଼ ଓ ବେଣାକୁନ୍ଦାର ବାପି ବିଷୋୟୀଙ୍କୁ ଗିରଫ କରାଯାଇଥିବା ଏଏସ୍‌ପି ମଲ୍ଲିକ ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଭଞ୍ଜନଗର ଏସ୍‌ଡିପିଓ ଶୁଭ୍ରାଂଶୁ ମିଶ୍ର, ଥାନା ଅଧିକାରୀ ସୁଦିପ୍ତ ସାହୁ, ବେଲଗୁଣ୍ଠା ଥାନା ଅଧିକାରୀ ପ୍ରକାଶ ସାହୁ ଏବଂ ବୁଗୁଡ଼ା ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?