Posted inUncategorized

ଚୋରି କରୁଥିଲେ ବାଇକ୍‌, ଧରିଲେ ଗାଁ ଲୋକେ

ମୋହନା,୫।୧୧(ମନ୍ମଥ ମିଶ୍ର)ଗାଁରେ ପଶି ବାଇକ୍‌ ଚୋରି କରୁଥିଲେ, ଉଠିପଡିଲେ ଧରିଲେ ଗାଁ ଲୋକେ। ତିନି ଜଣ ଚୋରଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଏଭଳି ଘଟଣା ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାରିଆବନ୍ଧ ଗାଁରେ ଦେଖିବାକୁ ମିଳିଛି । ଏହି ଗାଁରେ ସୋମବାର ରାତିରେ ତିନିଜଣ ଯୁବକ ଏକ ବାଇକ୍‌ (ଓଡି ଠ୭ଏଜି-ଠ୨୬୯ )କୁ ଚୋରି କରୁଥିଲେ। ଏହି ସମୟରେ ବାଇକ ମାଲିକ ଉଷାୟ ଶବରଙ୍କ ନିଦ ଭାଙ୍ଗି ଯାଇଥିଲା । ନିଜ ବାଇକକୁ କେହି ନେଇଯାଉଥିବା ଦେଖି ପାଟି କରି ଗାଁ ଲୋକଙ୍କୁ ଡାକିଥିଲେ। ପରେ ଗ୍ରାମବାସୀ ଗୋଡ଼ାଇ ଗୋଡ଼ାଇ ୩ ଚୋରଙ୍କୁ ଧରିବାରେ ସଫଳ ହୋଇଥିଲେ l ପରେ ମୋହନା ପୋଲିସ ଖବରପାଇ ବାରିଆବନ୍ଧରେ ପହଞ୍ଚତ୍ଥିଲା। ଗ୍ରାମବାସୀ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଜିମା ଦେଇଥିଲେ। ସେମାନଙ୍କଠାରୁ ବାଇକ ଜବତ କରାଯାଇଛି। ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇଜଣ ତାମିଲନାଡୁର ଟୁଟିକୋରିନ ଗ୍ରାମର ଗନ୍ଧି ନାଥନ (୨୧) ଅନ୍ୟ ଜଣେ କୁଲାଥର ଗ୍ରାମର ପି.ମାଥାମ ( ୨୨) ଏବଂ ଆଉ ଜଣେ କେରଳ ମାଲାପୁରର ପି.ଅଜିତ ( ୨୯)। ଗିରଫ ପରେ ସମସ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ମୋହନା ଥାନା ଅଧିକାରୀ ବସନ୍ତ ସେଠୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ବିଷାକ୍ତ ଶିଳ୍ପର ଯାତ୍ରା

ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍‌? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri