ବାଇକ ଚାଳକଙ୍କୁ ପିଟିପିଟି ମାରିଦେଲେ: ମୃତଦେହ ରଖି ରାସ୍ତାରୋକୋ

ନବରଙ୍ଗପୁର,୧୨।୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ପରେ ଦୁର୍ଘଟଣା ଘଟାଇଥିବା ବାଇକ ଚାଳକକୁ ନିର୍ଧୂମ ପିଟି ମାରିଦେବା ଅଭିଯୋଗ ହୋଇଛି। କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁପରେ ଗ୍ରାମକୁ ମୃତଦେହ ଆସିଛି। ଗ୍ରାମବାସୀ ଓ ପରିଜନବର୍ଗ ଘଟଣାସ୍ଥଳକୁ ମୃତଦେହ ଆଣି ରାସ୍ତାରୋକୋ କରିଛନ୍ତି। ମୃତକ ଜଣଙ୍କ ବାପା ଓ ମା’ ଛେଉଣ୍ଡ, ତାଙ୍କ ଭାଇଙ୍କୁ ସରକାରଙ୍କ ଦ୍ୱାରା କ୍ଷତିପୂରଣ ଓ ମୃତକଙ୍କୁ ପିଟିଥିବା ବ୍ୟକ୍ତିଙ୍କୁ ଗିରଫ ଦାବି କରି ରାସ୍ତାରୋକେ କରାଯାଇଛି l ଫଳରେ ନବରଙ୍ଗପୁର ଜିଲ୍ଲା ସଦରମୁହକୁମାରୁ ନନ୍ଦାହାଣ୍ଡି ବ୍ଲକ ସଦରମୁହକୁମାକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି l
ଅଭିଯୋଗ ଅନୁସାରେ ଗତ ୮ ତାରିଖରେ ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡା ଗ୍ରାମର ସୁଶୀଲ ସୌରା ଓ ତାର ସାଙ୍ଗ କମଳୁ ସୌରା ବାଇକ ଯୋଗେ ନବରଙ୍ଗପୁରରୁ ଘରକୁ ଫେରୁଥିବାବେଳେ ତୁରୁଞ୍ଜିଆଗୁଡା ଗ୍ରାମ ନିକଟରେ ୨ ଜଣ ମହିଳାଙ୍କ ସହ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ତୁରୁଞ୍ଜିଆଗୁଡା ଗ୍ରାମର କିଛି ଯୁବକ ଆସି ବାଇକ ଚାଳକ ସୁଶୀଲକୁ ପିଟିଥିଲେ। ପରେ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରି ନବରଙ୍ଗପୁର ମେଡିକାଲ ଓ ପରେ କୋରାପୁଟ, ବ୍ରହ୍ମପୁର ଓ କଟକ ମେଡିକାଲକୁ ନିଆଯାଇଥିଲା। ରବିବାର କଟକ ମେଡିକାଲରେ ସୁଶୀଲ ସୌରାଙ୍କ ମୃତ୍ୟୁ ହେବାପରେ ସୋମବାର ମୃତଦେହ ଗ୍ରାମରେ ପହଞ୍ଚିଥିଲା। ସିନ୍ଧିଗୁଡା ଗ୍ରାମବାସୀ ଓ ପରିଜନବର୍ଗ ଦୁର୍ଘଟଣା ଘଟିଥିବା ସ୍ଥାନ ତୁରଞ୍ଜିଆଗୁଡା ନିକଟରେ ମୃତଦେହ ରଖି ରାସ୍ତାରୋକୋ କରିଛନ୍ତି। ରାସ୍ତାରୋକୋ ନିକଟରେ ଥାନା ଅଧିକାରୀ ସମ୍ବିତ କୁମାର ବେହେରା ଓ ଏସଡିପିଓ କୃଷ୍ଣ ଚନ୍ଦ୍ର ଭତରା ଉପସ୍ଥିତ ରହି ରାସ୍ତାରୁ ହଟିବା ପାଇଁ ବୁଝାସୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri