ଦୁର୍ଘଟଣାରେ ବାଇକ୍‌ ଆରୋହୀ ମୃତ

କୋଲାବିରା,୧୧।୬(ଡି.ଏନ.ଏ.): ଝାରସୁଗୁଡା ଜିଲା କୋଲାବିରା ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ରଘୁନାଥପାଲି ଛକରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲଇଡ଼ା ରାଖିବାହାଲ ଗ୍ରାମର ରାଜେଶ ଲୁହା(୩୦)। ଦୁର୍ଘଟଣାରେ ବାଇକ୍‌ରେ ଥିବା ଅନ୍ୟଜଣେ ଲଇଡା ଦେହେରିପାଲିର ଜଗତରାମ ଭଞ୍ଜ(୩୦) ଗୁରୁତର ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଜଗତରାମ ଏବଂ ରାଜେଶ ଏକ ବାଇକ୍‌ (ନଂ.ଓଡି୧୫ଭି ୦୫୬୦)ରେ ଝାରସୁଗୁଡା ଯାଉଥିଲେ। ରଘୁନାଥପାଲି ଛକରେ ଏକ କାରକୁ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ବାଇକ୍‌ଟି ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକର ପଛପଟେ ପିଟି ହୋଇଯାଇଥିଲା। ଫଳରେ ଦୁହେଁ ଛିଟିକି ରାସ୍ତା ଉପରେ ପଡିଥିଲେ। ଏପରିକି ବାଇକ୍‌ ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଥିଲା।

ଖବର ପାଇ କୋଲାବିରା ଥାନା ପୋଲିସ ଉଭୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ରାଜେଶଙ୍କୁ ମୃତ ଘୋଷଣା କରିଥିଲେ। ଜଗତରାମ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣା ପରେ ରଘୁନାଥପାଲି ସରପଞ୍ଚ ରଞ୍ଜନ ସରାଫଙ୍କ ନେତୃତ୍ୱରେ ସ୍ଥାନୀୟ ଲୋକେ ଅଞ୍ଚଳରେ ନିୟମିତ ଦୁର୍ଘଟଣା ଘଟୁଥିବା ଅଭିଯୋଗ କରି ଘଟଣାସ୍ଥଳରେ ରାସ୍ତାରୋକୋ କରିଥିଲେ। ପରେ କୋଲାବିରା ଥାନାର ଉପନିରୀକ୍ଷକ ପ୍ରକାଶ ଚନ୍ଦ୍ର ଦଲାଇ, ସନ୍ତୋଷ କୁମାର ପ୍ରଧାନ, କୋଲାବିରା ତହସିଲଦାର ସୁକାନ୍ତ କୁମାର ନାଏକ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିଲେ। ଛକର ସୁରକ୍ଷା ସମ୍ବନ୍ଧୀୟ ପ୍ରତିଶ୍ରୁତି ପରେ ଯାତାୟାତ ସ୍ବାଭାବିକ ହୋଇଥିଲା।

ସୂଚନା ଯୋଗ୍ୟ, ଗତ ୩୦ ତାରିଖରେ ଏକ ବୋଲେରୋ ଧକ୍କାରେ ବ୍ୟବସାୟୀ ଜୟରାମ ପଧାନଙ୍କ ମୃତ୍ୟୁ ଘଟିଥିଲା। ଉକ୍ତ ଛକରେ ଅନେକ ଦୋକାନ ବଜାର ରହିଛି। ଏନେଇ ପ୍ରାୟ ସମୟ ଗହଳି ଲାଗି ରହୁଛି। ସେହି ତୁଳନାରେ ଛକରେ ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ପ୍ରାୟ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନୀ ଘଟୁଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri