ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ବାଇକ ଆରୋହୀଙ୍କ ନାମ ମଳୟ ଚଲାନ (୨୭)। ସେ ଭବାନୀପାଟଣା ବ୍ଲକ ଅନ୍ତର୍ଗତ ରଙ୍ଗିଗୁଡା(ସର୍ଗିପଡା)ର ବୋଲି ଜଣାପଡିଛି। ନିଜ ଗାଁରୁ ଜଣେ ସମ୍ପର୍କୀୟଙ୍କ ସହ ଜୁନାଗଡ଼ ଆଡ଼କୁ ଯାଉଥିବାବେଳେ ବାଟରେ ଭାରସମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ସେଠାରେ ଚିକିତ୍ସା ଧୀନ ଅବସ୍ଥାରେ ମଳୟଙ୍କ ମୃତ୍ୟୁ ହୋଇଥିଲା। ତେବେ ତାଙ୍କ ସହ ଥିବା ସମ୍ପର୍କୀୟ ଯୁବକଙ୍କ ବର୍ତ୍ତମାନ ସୁଦ୍ଧା ପରିଚୟ ଜଣାପଡିନାହିଁ।