ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିବା ବେଳେ ଗାଡ଼ିଚାଳକଙ୍କୁ ମଧ୍ୟ ପୋଲିସ ଗିରଫ କରିପାରି ନ ଥିବା ନେଇ ଦେଖାଯାଇଛି ଉତ୍ତେଜନା। ମୃତଦେହକୁ ପୋଲିସ ଜବତ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଅଭିଯୋଗରେ ଦାରିଙ୍ଗବାଡ଼ି ଚାରି ଛକରେ ପୀଡ଼ିତା ପରିବାର ଓ ଅଞ୍ଚଳବାସୀ ଅବରୋଧ କରି ରଖିଛନ୍ତି। ଫଳରେ ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର, ଫୁଲବାଣୀ, ଗଜପତି ଆଦି ଅଞ୍ଚଳକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ପ୍ରକାଶ ଯେ, ଶନିବାର ଅପରାହ୍ନରେ ଦାରିଙ୍ଗବାଡ଼ିରୁ ଏକ ବୋଲେରୋ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଉକ୍ତ ଥାନା କୁମ୍ଭାରବାଡ଼ି ଅଞ୍ଚଳରୁ ଏକ ବାଇକ୍‌ ଯୋଗେ ଉକ୍ତ ଗ୍ରାମର ଯୁବକ ଶାଶ୍ୱତ ନାୟକ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିବା ସମୟରେ ବୋଲେରୋ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଶାଶ୍ୱତଙ୍କ ମୃତ୍ୟୁ ଘଟିଥିଲା ଆମ୍ବୁଲାନ୍ସ ଶାଶ୍ୱତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଘୋଷଣା ପରେ ଅଞ୍ଚଳରେ ଘଟଣାକୁ ନେଇ ଉତ୍ତେଜନା ଦେଖାଯିବା ସହ ବୋଲେରୋକୁ ଜଣେ ନାବାଳକ ଚଳାଉଥିବା ଅଭିଯୋଗ ହୋଇଛି। ତୁରନ୍ତ ନାବାଳକ ଚାଳକଙ୍କୁ ଗିରଫ କରିବାକୁ ପୀଡ଼ିତାଙ୍କ ପରିବାର ଦାବି କରୁଥିବା ବେଳେ ମୃତ ଶାଶ୍ୱତ ଙ୍କ ସ୍ତ୍ରୀ ଚୁମୁକି ଜେନା ବର୍ତ୍ତମାନ ଗର୍ଭବତୀ ରହିଥିବାରୁ କ୍ଷତିପୂରଣ ଦେବାକୁ ଦାବି ହୋଇଛି। ତେବେ ଘଟଣାକୁ ପୋଲିସ ଗୁରୁତର ସହ ନେଇଥିବା କହୁଥିବା ବେଳେ ଉତ୍ତ୍ୟକ୍ତ ଲୋକ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗ କରିଛନ୍ତି। ପୋଲିସ ପ୍ରକୃତରେ ଗାଡ଼ି କିଏ ଚଳାଉଥିଲା ତାର ତଦନ୍ତ କରୁଥିବା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି। ଖବର ଲେଖାହେବା ସୁଦ୍ଧା ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ଚାରିଛକରେ ପ୍ରତିବାଦ ଜାରି ରଖିଛନ୍ତି। ସେପଟେ କିଛି ଉତ୍ତ୍ୟକ୍ତ ଲୋକଙ୍କ ସହ ଥାନାରେ ସମାଧାନର ବାଟ ବାହାର କରିବାକୁ ଆଲୋଚନା ଜାରି ରଖିଛନ୍ତି। ସକାଳ ୬ରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ପୂର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିଛି। ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଇବା ପ୍ରୟାସ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?