ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିବା ବେଳେ ଗାଡ଼ିଚାଳକଙ୍କୁ ମଧ୍ୟ ପୋଲିସ ଗିରଫ କରିପାରି ନ ଥିବା ନେଇ ଦେଖାଯାଇଛି ଉତ୍ତେଜନା। ମୃତଦେହକୁ ପୋଲିସ ଜବତ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଅଭିଯୋଗରେ ଦାରିଙ୍ଗବାଡ଼ି ଚାରି ଛକରେ ପୀଡ଼ିତା ପରିବାର ଓ ଅଞ୍ଚଳବାସୀ ଅବରୋଧ କରି ରଖିଛନ୍ତି। ଫଳରେ ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର, ଫୁଲବାଣୀ, ଗଜପତି ଆଦି ଅଞ୍ଚଳକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ପ୍ରକାଶ ଯେ, ଶନିବାର ଅପରାହ୍ନରେ ଦାରିଙ୍ଗବାଡ଼ିରୁ ଏକ ବୋଲେରୋ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଉକ୍ତ ଥାନା କୁମ୍ଭାରବାଡ଼ି ଅଞ୍ଚଳରୁ ଏକ ବାଇକ୍‌ ଯୋଗେ ଉକ୍ତ ଗ୍ରାମର ଯୁବକ ଶାଶ୍ୱତ ନାୟକ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିବା ସମୟରେ ବୋଲେରୋ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଶାଶ୍ୱତଙ୍କ ମୃତ୍ୟୁ ଘଟିଥିଲା ଆମ୍ବୁଲାନ୍ସ ଶାଶ୍ୱତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଘୋଷଣା ପରେ ଅଞ୍ଚଳରେ ଘଟଣାକୁ ନେଇ ଉତ୍ତେଜନା ଦେଖାଯିବା ସହ ବୋଲେରୋକୁ ଜଣେ ନାବାଳକ ଚଳାଉଥିବା ଅଭିଯୋଗ ହୋଇଛି। ତୁରନ୍ତ ନାବାଳକ ଚାଳକଙ୍କୁ ଗିରଫ କରିବାକୁ ପୀଡ଼ିତାଙ୍କ ପରିବାର ଦାବି କରୁଥିବା ବେଳେ ମୃତ ଶାଶ୍ୱତ ଙ୍କ ସ୍ତ୍ରୀ ଚୁମୁକି ଜେନା ବର୍ତ୍ତମାନ ଗର୍ଭବତୀ ରହିଥିବାରୁ କ୍ଷତିପୂରଣ ଦେବାକୁ ଦାବି ହୋଇଛି। ତେବେ ଘଟଣାକୁ ପୋଲିସ ଗୁରୁତର ସହ ନେଇଥିବା କହୁଥିବା ବେଳେ ଉତ୍ତ୍ୟକ୍ତ ଲୋକ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗ କରିଛନ୍ତି। ପୋଲିସ ପ୍ରକୃତରେ ଗାଡ଼ି କିଏ ଚଳାଉଥିଲା ତାର ତଦନ୍ତ କରୁଥିବା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି। ଖବର ଲେଖାହେବା ସୁଦ୍ଧା ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ଚାରିଛକରେ ପ୍ରତିବାଦ ଜାରି ରଖିଛନ୍ତି। ସେପଟେ କିଛି ଉତ୍ତ୍ୟକ୍ତ ଲୋକଙ୍କ ସହ ଥାନାରେ ସମାଧାନର ବାଟ ବାହାର କରିବାକୁ ଆଲୋଚନା ଜାରି ରଖିଛନ୍ତି। ସକାଳ ୬ରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ପୂର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିଛି। ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଇବା ପ୍ରୟାସ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri