ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ ଧକ୍କା ଦେଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗ୍ରାମର ପୁରୁନ ଚଲାନ(୩୨)।

ସୂଚନା ମୁତାବକ, ଫୁପଗାଁ କରାଡଙ୍ଗରୀପଡାରୁ ବିବାହ ଭୋଜି ଖାଇ ପୁରୁନ ଓ ଶାଦ ମାଝୀ ବାଇକ୍‌ ଯୋଗେ ଗାଁକୁ ଫେରୁଥିଲେ। ଏହି ସମୟରେ ଚିକିଲି ପେଟ୍ରୋଲ ପମ୍ପ ନିକଟରେ ଛିଡା ହୋଇଥିବା ବସ୍‌କୁ ବାଇକ୍‌ ଧକ୍କା ଦେଇଥିଲେ। ଫଳରେ ବାଇକ୍‌ରୁ ଛିଟିକି ପଡି ଗୁରୁତର ହୋଇଥିଲେ। କୋକସରା ପୋଲିସ ଗୁରୁତର ପୁରୁନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ଅନ୍ୟପକ୍ଷେ ତାଙ୍କ ସହିତ ଥିବା ଶାଦ ମାଝୀ କୁଆଡ଼େ ଫେରାର ହୋଇଯାଇଛନ୍ତି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣା ହୋଇଥିବା ବସ୍‌ ଓ ବାଇକ୍‌କୁ ଜବତ କରିଛି। କୋକସରା ମେଡ଼ିକାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri