ବସ୍‌ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…

ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ କାଦ୍ରୁ ଜାନୀ (୩୦) ଗୁରୁତର ହୋଇଥିଲେ। ଘଟଣା ପରେ ମୃତକଙ୍କ ପରିବାର ଲୋକ ଏବଂ ଗ୍ରାମବାସୀ କ୍ଷତିପୂରଣ ଦାବି କରି ରାସ୍ତା ଉପରେ ଲକ୍ଷ୍ମୀବସ୍‌ ଆଗରେ ମୃତଦେହ ରଖି ଧାରଣା ଦେଇଥିଲେ। ମଙ୍ଗଳବାର ଝରିଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରି ଧାରଣାରୁ ହଟିବା ପାଇଁ କହିଥିଲେ। କିନ୍ତୁ ପରିବାର ଲୋକ ଓ ଗ୍ରାମବାସୀ କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ଜିଦ୍‌ କରି ବସିଥିଲେ। ବୁଧବାର ସକାଳୁ ପାପଡ଼ାହାଣ୍ଡି ଏସ୍‌ଡିପିଓ ମୀନାକ୍ଷୀ ଠାକୁର, ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୁର୍ଗା ପ୍ରାସାଦ ମାଝୀ, ଅତିରିକ୍ତ ତହସିଲଦାର ଅହଲ୍ୟା ମୁଦୁଲି,ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମିଶ୍ର, ଏଏସ୍‌ଆଇ କେଦାର ରାଉତ, ବେଦବ୍ୟାସ ବଞ୍ଜରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ଏବଂ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବା ପରେ ପ୍ରାୟ ୨୦ ଘଣ୍ଟା ପରେ ଧାରଣାରୁ ପରିବାର ଲୋକ ଓ ଗ୍ରାମବାସୀ ଉଠିଥିଲେ। ପରିବାର ପକ୍ଷରୁ ଘଟଣା ନେଇ ଝରିଗାଁ ଥାନାରେ ଲିଖିତ ଅଭିଯୋଗ ପରେ ଝରିଗାଁ ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ।

ସେହିପରି ଗତ ବିଳମ୍ବିତ ରାତିରେ ସଂପୃକ୍ତ ଲକ୍ଷ୍ମୀବସ୍‌ ଡ୍ରାଇଭର ଝରିଗାଁ ଥାନରେ ନିଜେ ହାଜର ହୋଇଥିଲେ। ବଡ଼ଟେମାରାଠାରୁ ସାନଟେମରା ପର୍ଯ୍ୟନ୍ତ ରାସ୍ତାର ଦୁଇପାର୍ଶ୍ୱରେ ଲଟାବୁଦା ରାସ୍ତାକୁ ମାଡ଼ିଯାଇଛି। ଯାହାଫଳରେ ଅଙ୍କାବଙ୍କା ରାସ୍ତାରେ କୌଣସି ଯାନ ଆସୁଥିବା ବିପରୀତ ଦିଗରୁ ଯାଉଥିବା ଚାଳକ ଜାଣି ପାରୁନାହାନ୍ତି l ଯାହା ଫଳରେ ଉକ୍ତ ରାସ୍ତାର ଦୁର୍ଘଟଣା ଘଟିବା ସ୍ବାଭାବିକ ବୋଲି ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri