ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ କୌଣସି ଏକ ଅଜଣା ଗାଡି ଧକ୍କାରେ ସ୍ଥାନୀୟ କେନ୍ଦୁଡଙ୍ଗରୀ ଗ୍ରାମର ଧବଳେଶ୍ବର ବାଗ(୫୨) ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକମାନେ ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଯାଇଥିଲା ।

ମୃତ୍ୟୁ ଖବର ପାଇ ମୃତକଙ୍କ ପରିଜନ ଓ ଗ୍ରାମବାସୀଙ୍କ ପକ୍ଷରୁ ମହାଜନଗୁଡା ଓ ଶିଉନି ମଧ୍ୟରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ରାସ୍ତା ଅବରୋଧ କରି ଦୁର୍ଘଟଣା ଘଟାଇଥିବା ଗାଡିକୁ ଠାବ କରିବା ସହ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ଭବାନୀପାଟଣା ଜୟପୁର ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସୂଚନା ପାଇ ଘଟଣାସ୍ଥଳରେ ଆମପାଣି ପୁଲିସ ଓ ଆଇଆରବି ଯବାନ ପହଞ୍ଚି ଆନ୍ଦୋଳନ କାରୀଙ୍କୁ ରାସ୍ତା ଅବରୋଧରୁ ହଟିବା ପାଇଁ ଆଲୋଚନା କରିଥିଲେ। ଆମପାଣି ପୁଲିସର ବୁଝାସୁଝା ପରେ ଦୀର୍ଘ ୨ ଘଣ୍ଟା ପରେ ରାସ୍ତା ଅବରୋଧ ହଟିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri