ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ ଫସଲ, କଦଳୀ ଚାଷ ନଷ୍ଟ ହେବା ସହ କେତେକ ସ୍ଥାନରେ ଘର ଭାଙ୍ଗିଥିବା ଖବର ମିଳିଛି। ତେବେ ଆଜି ଏକ ଆଶ୍ଚର୍ଯ୍ୟଜନକ ଘଟଣାକ୍ରମରେ ହାତୀ ଆକ୍ରମଣରୁ ଜଣେ ବାଇକ୍ ଆରୋହୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କ ମୋଟରସାଇକେଲକୁ ହାତୀଟି ଭାଙ୍ଗି ଚୂରମାର କରି ଦେଇଛି।

ଯାନୀଗୁଡ଼ା ଠାରୁ ଆଦାନଗୁଡ଼ା ଯିବା ଡେପାଗୁଡ଼ା ଜଙ୍ଗଲ ରାସ୍ତାରେ ଚାରିଟିକିଆ ହାତୀପଲ ସହିତ ବାଇକ୍ ମୁହାଁମୁହିଁ ହୋଇଥିଲା। ହାତୀ ଆକ୍ରମଣର ଭୟରେ ବାଇକ୍ ଚାଳକ ଗାଡ଼ି ଛାଡ଼ି ଦୌଡ଼ି ପଳାଇ ଯାଇଥିଲେ।

ହାତୀପଲ ମଧ୍ୟରୁ ଗୋଟିଏ ଦନ୍ତା ହାତୀ ମୋଟରସାଇକେଲ୍ ନିକଟକୁ ଆସି ଏହାକୁ ଆକ୍ରମଣ କରିଥିଲା। ଭାଇରାଲ ହୋଇଥିବା ଭିଡିଓରେ ହାତୀଟି ଖେଳନା ଭଳି ବାଇକ୍‌କୁ କଚାଡ଼ୁଥିବାର ଦେଖିବାକୁ ମିଳିଛି, ଫଳରେ ଗାଡ଼ିଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି।

ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। କାଶୀନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ହାତୀପଲ ଉପରେ ନଜର ରଖାଯାଇଛି ଏବଂ ସେମାନେ ଏବେ ହରିପୁର ଜଙ୍ଗଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri