ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ ଫସଲ, କଦଳୀ ଚାଷ ନଷ୍ଟ ହେବା ସହ କେତେକ ସ୍ଥାନରେ ଘର ଭାଙ୍ଗିଥିବା ଖବର ମିଳିଛି। ତେବେ ଆଜି ଏକ ଆଶ୍ଚର୍ଯ୍ୟଜନକ ଘଟଣାକ୍ରମରେ ହାତୀ ଆକ୍ରମଣରୁ ଜଣେ ବାଇକ୍ ଆରୋହୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କ ମୋଟରସାଇକେଲକୁ ହାତୀଟି ଭାଙ୍ଗି ଚୂରମାର କରି ଦେଇଛି।

ଯାନୀଗୁଡ଼ା ଠାରୁ ଆଦାନଗୁଡ଼ା ଯିବା ଡେପାଗୁଡ଼ା ଜଙ୍ଗଲ ରାସ୍ତାରେ ଚାରିଟିକିଆ ହାତୀପଲ ସହିତ ବାଇକ୍ ମୁହାଁମୁହିଁ ହୋଇଥିଲା। ହାତୀ ଆକ୍ରମଣର ଭୟରେ ବାଇକ୍ ଚାଳକ ଗାଡ଼ି ଛାଡ଼ି ଦୌଡ଼ି ପଳାଇ ଯାଇଥିଲେ।

ହାତୀପଲ ମଧ୍ୟରୁ ଗୋଟିଏ ଦନ୍ତା ହାତୀ ମୋଟରସାଇକେଲ୍ ନିକଟକୁ ଆସି ଏହାକୁ ଆକ୍ରମଣ କରିଥିଲା। ଭାଇରାଲ ହୋଇଥିବା ଭିଡିଓରେ ହାତୀଟି ଖେଳନା ଭଳି ବାଇକ୍‌କୁ କଚାଡ଼ୁଥିବାର ଦେଖିବାକୁ ମିଳିଛି, ଫଳରେ ଗାଡ଼ିଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି।

ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। କାଶୀନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ହାତୀପଲ ଉପରେ ନଜର ରଖାଯାଇଛି ଏବଂ ସେମାନେ ଏବେ ହରିପୁର ଜଙ୍ଗଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୪୪,୧୧୦ ଟଙ୍କା

କଲ୍ୟାଣସିଂହପୁର,୧୪।୩ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିରର ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣନା କରାଯାଇଛି। ତହସିଲଦାର ରଞ୍ଜନ କୁମାର ମନସେଠ ଉପସ୍ଥିତିରେ ମନ୍ଦିରର…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି…

ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ

ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର…

ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…

ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri