ଟ୍ରକ ଧକ୍କାରେ ଚାଲିଗଲା ବାଇକ ଚାଳକଙ୍କ ଜୀବନ: ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୦/୦୩(ନବୀନ ରାଜ ଆଚାରୀ):୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ କନିଷି ଗ୍ରାମ ଛକଠାରେ ଏକ ଟ୍ରକ ଯୁବକଙ୍କୁ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଯୁବକ ଜଣକ ହେଲେ ଦୁମୀଦୁମୀ ଗ୍ରାମ ଚିଣ୍ଟୁ ବାବୁ ବୋଲି ସୂଚନା ମିଳିଛି l କନିଷି ଗ୍ରାମବାସୀ ଜାତୀୟ ରାଜପଥରେ ତୁରନ୍ତ ସରବିଶ ରୋଡ଼, ବିଶ୍ରାମଗାର ଓ ଓଭରବ୍ରିଜ ନିର୍ବାଣ ଦାବିରେ ଗ୍ରାମବାସୀ ଜାତୀୟ ରାଜପଥ ଅବରୋଧ କରିଛନ୍ତି।
ସୂଚନା ଅନୁସାରେ ଏହି ଥାନା ଅଧିନସ୍ଥ ରାତି ପ୍ରାୟ ସାଢେ ୮ଟାବେଳେ କନିଷି ଗାଁ ଛକ ଠାରେ ଦୁଇଟି ସ୍କୁଟି ମଧ୍ୟରେ ସାମାନ୍ୟ ଦୁର୍ଘଟଣା ଘଟିବା ପରେ ଉଭୟ ଚାଳକ ରାଜପଥ ଉପରେ ଠିଆ ହୋଇ ଗଣ୍ଡଗୋଳ କରୁଥିଲେ। ଆନ୍ଧ୍ରପ୍ରଦେଶ ଅଭିମୁଖେ ଯାଉଥିବା ବାଇକ ( ଓଡି୦୭ ଏଏନ୮୬୯୨) ଚିଣ୍ଟୁ ବାବୁ ଠିଆ ହୋଇ ଦେଖୁଥିବା ସମୟରେ ପଛପଟୁ ଦ୍ରୁତଗାମୀ ଏକଟ୍ରକ(ଏ ପି ୩୦ ୟାଇ ୫୫୫୮) ଧକ୍କା ଦେଇଥିଲା । ଫଳରେ ବାଇକରେ ଥିବା ଚାଳକ ଜଣଙ୍କ ଚିଣ୍ଟୁ ବାବୁ ଛିଟିକି ରାସ୍ତା ଉପରେ ପଡ଼ିଯାଇ ମୃତ୍ୟୁବରଣ କରିଥିଲେ। ପରେ କନିଷି ର ଶତାଧିକ ଲୋକ ଜାତୀୟ ରାଜପଥ ଅବରୋଧ କରିବା ସହ ଓଭରବ୍ରିଜ ନିର୍ମାଣ କରିବାକୁ ଦାବି କରରିଛନ୍ତି। ଉଭୟ ପଟେ ୨ କିମି ଦୂରତ୍ୱ ପର୍ଯ୍ୟନ୍ତ ଶତାଧିକ ଗାଡି ଅଟକି ରହିଛି l ଖବର ପାଇ ସଦର ଏସଡିପିଓ ଶୁଭ୍ରାଂଶୁ ପରିଡା ଓ କନିସି ଅତିରିକ୍ତ ତହସିଲଦାର ସୋମେଶ ରଣବୁଜୁଳି ଲୋକଙ୍କୁ ବୁଝାସୁଝା ପରିବା ପରେ ରାସ୍ତାରୋକୋ ହଟିଥିଲା। ପୋଲିସ ମୃତ୍ୟୁଦେହ ଜବତ କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛନ୍ତି l ଦୁର୍ଘଟଣା ଘଟିଥିବା ଟ୍ରକକୁ ପୋଲିସ ନିଜ ହେପାଜତକୁ ନେଇଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri