Posted inଫୁରସତ

ନଦୀରେ ଚାଲୁଛି ବାଇକ୍‌, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ବ୍ୟକ୍ତି ବାଇକ୍‌ ତିଆରି କରି ପାଣିରେ ଚଳାଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓଟିକୁ ଆଇଏଏସ୍‌ ଅଧିକାରୀ ଅବନୀଶ ଶରଣ ଶେୟାର କରିଛନ୍ତି। ଏହା ଉପରେ ସେ ଏକ ଚମତ୍କାର କ୍ୟାପଶନ୍‌ ମଧ୍ୟ ଲେଖିଛନ୍ତି, ‘ ଏହା କେବେ ଦେଖି ନାହିଁ, ଖୁବ୍‌ ସୁନ୍ଦର ପରିକଳ୍ପନା।


ଭିଡିଓରେ ସ୍ପଷ୍ଟ ଭାବରେ ଦେଖିବାକୁ ମିଳିଛି ଦୁଇଜଣ ବ୍ୟକ୍ତି ପାଣିରେ ବାଇକ୍‌ ଦୌଡ଼ କରୁଛନ୍ତି। ବାଇକ୍‌ରେ ପେଟ୍ରୋଲ ଏବଂ ସାଇଲେନ୍‌ସର ଉପରେ ଥିବା ଦେଖିବାକୁ ମିଳିଛି। ଯେମିତିକି ଏହା ମଧ୍ୟକୁ ପାଣି ପଶି ନ ଯାଉ। ସେ ଯାହା ହେଉନା କାହିଁକି, ଗଭୀର ପାଣିରେ ଏମିତି ବାଇକ୍‌ ଚଳାଇବା ନିଶ୍ଚିତ ଭାବରେ ବିପଜ୍ଜନକ।
ଅବନୀଶ ଏହି ଭିଡିଓକୁ ୧୧ ଅଗଷ୍ଟରେ ଶେୟାର କରିଥିଲେ। ବର୍ତ୍ତମାନ ସୁଦ୍ଧା ୧ ହଜାରରୁ ଅଧିକ ୟୁଜର ଦେଖିସାରିଲେଣି। ହଜାରରୁ ଅଧିକ ଲୋକ ପସନ୍ଦ କରିଛନ୍ତି। କେତେକ ୟୁଜର ମଧ୍ୟ ରି-ଟୁଇଟ୍‌ କରିଛନ୍ତି।
ଭିଡିଓଟି ଆସାମର ବନ୍ୟା ପ୍ରଭାବିତ ଅଞ୍ଚଳର। କିନ୍ତୁ ପାଣିରେ ଚାଲୁଥିବା ଦୁଇଟି ବାଇକ୍‌ର ମଜା ସୋସିଆଲ ମିଡିଆରେ ଲୋକେ ବେଶ୍‌ ଉପଭୋଗ କରୁଛନ୍ତି। ଲୋକେ କହିଛନ୍ତି, ଭାରତୀୟମାନଙ୍କ ଦେଶୀ ଯୋଗାଡ଼ ସର୍ବଦା ଆଗରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?