ଅନ୍ତରୀଣ ବଜେଟ: ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି

ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି ବ୍ୟୟବରାଦ ହୋଇଥିବା ବେଳେ ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି ବ୍ୟୟବରାଦ ହୋଇଛି। ସେହିପରି ୨୦୨୪-୨୫ ଆର୍ଥିକ ବର୍ଷରେ ମେଟ୍ରୋ ପାଇଁ ୧ ହଜାର କୋଟି ବ୍ୟୟବରାଦ କରାଯାଇଛି।