Posted inଜାତୀୟ

ସିଦ୍ଧୁଙ୍କୁ ବିକ୍ରମଙ୍କ କଟାକ୍ଷ: ଯିଏ ନିଜ ମା’ଙ୍କ ହୋଇପାରିଲେ ନାହିଁ, ସେ ଜନତାଙ୍କର କିଭଳି ହେବେ

ଅମୃତସର,୨୮।୧: ୨୦୨୨ ପଞ୍ଜାବ ନିର୍ବାଚନ ଲାଗି ଶିରୋମଣି ଅକାଳି ଦଳ ନେତା ତଥା ଅମୃତସର ପୂର୍ବର ପ୍ରାର୍ଥୀ ବିକ୍ରମ ସିଂହ ମାଜିଥିଆ ଶୁକ୍ରବାର ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କୁ ଟାର୍ଗେଟ କରିଛନ୍ତି। ବିକ୍ରମ କହିଛନ୍ତି, ଅମୃତସର ପୂର୍ବରେ କୌଣସି ବିକାଶ ହୋଇନାହିଁ। ଯଦି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସିଦ୍ଧୁଙ୍କୁ ସିଏମ୍‌ ନକରନ୍ତି, ତେବେ ସେ ପାକିସ୍ତାନ ଯାଇ ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌ର ମୁଖ୍ୟ ମଧ୍ୟ ହୋଇପାରିବେ। ଯିଏ ନିଜ ମା’ଙ୍କର ହୋଇପାରିଲେ ନାହିଁ, ସେ ଜନତାଙ୍କର କିଭଳି ହେବେ ବୋଲି କଟାକ୍ଷ କରିଛନ୍ତି।

ପ୍ରକାଶ ଯେ, ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଅଳ୍ପ ଦିନ ବାକି ଅଛି। ସିଦ୍ଧୁ ଅମୃତସର ପୂର୍ବରୁ ନିର୍ବାଚନ ଲଢ଼ୁଛନ୍ତି। ହେଲେ ଏହାପୂର୍ବରୁ ଜଣେ ମହିଳା ସୁମନ ତୁର, ନିଜକୁ ସିଦ୍ଧୁଙ୍କ ଭଉଣୀ ବୋଲି କହି ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସିଦ୍ଧୁ ଜଣେ ନିର୍ଦ୍ଦୟ ବ୍ୟକ୍ତି। ୧୯୮୬ରେ ତାଙ୍କ ବାପାଙ୍କ ମୃତ୍ୟୁ ପରେ ସେ ବୃଦ୍ଧା ମା’ଙ୍କୁ ଘରୁ ତଡ଼ି ଦେଇଥିବା ସେ ଅଭିଯୋଗ କରିବା ସହ ୧୯୮୯ରେ ଦିଲ୍ଲୀ ରେଳ ଷ୍ଟେଶନରେ ଅସହାୟ ମହିଳା ଭାବେ ତାଙ୍କ ମୃତ୍ୟୁ ହୋଇଥିବା ସେ ଅଭିଯୋଗ କରିଛନ୍ତି। ଟଙ୍କା ପାଇଁ ସିଦ୍ଧୁ ସବୁକିଛି କରିଥିବା ସେ ଦାବି କରିଛନ୍ତି। ଏହାକୁ ନେଇ ରାଜନୀତି ସରଗରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri