ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ବିଲାଓ୍ବଲଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ: ପାକିସ୍ତାନ ଗଣମାଧ୍ୟମର ଦାବି…

ଇସଲାମାବାଦ,୨୪।୧ : ପାକିସ୍ତାନର ଅର୍ଥନୈତିକ ସଙ୍କଟ ଜାରି ରହିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ନିକଟରେ ଭାରତ ସହ ଆଲୋଚନା ପ୍ରସ୍ତାବ ଦେଇଥିଲେ। ତେବେ ଭାରତ ଏହା ଉପରେ କୌଣସି ପ୍ରତିକ୍ରିୟା ଦେଇ ନାହିଁ। ଏବେ ପାକିସ୍ତାନୀ ଗଣମାଧ୍ୟମରୁ ଏକ ବଡ ଖବର ଆସୁଛି। ପାକିସ୍ତାନର ଖବରକାଗଜ ଦ ଏକ୍ସପ୍ରେସ ଟ୍ରିବ୍ୟୁନ ରିପୋର୍ଟ କରିଛି ଯେ ଶାଙ୍ଘାଇ ସହଯୋଗ ସଂଗଠନ ବୈଠକରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜରଦାରୀ ଏବଂ ପାକିସ୍ତାନର ପ୍ରଧାନ ବିଚାରପତି ଉମର ଆତ୍ତା ବନ୍ଦିଆଲଙ୍କୁ ନିମନ୍ତ୍ରଣ କରାଯାଇଛି।

ଯଦି ପାକିସ୍ତାନୀ ଗଣମାଧ୍ୟମର ଏହି ରିପୋର୍ଟ ସଠିକ ହୋଇଥାଏ ତେବେ ଏହି ନିମନ୍ତ୍ରଣ ଭାରତରୁ ପଠାଯାଇଛି । ବିଲାୱଲ ଭୁଟ୍ଟୋ ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଯେଉଁଥିପାଇଁ ତାଙ୍କୁ ନିଜ ଦେଶରେ ମଧ୍ୟ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା। ବାସ୍ତବରେ ମିଳିତ ଜାତିସଂଘର ବୈଠକରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନକୁ ଆତଙ୍କବାଦ ସୃଷ୍ଟି କରୁଥିବା ଅଭିଯୋଗ କରିଥିଲେ। ଏହାର ଉତ୍ତରରେ ବିଲାୱଲ ମୋଦିଙ୍କ ଉପରେ ଏକ ବିବାଦୀୟ ବିବୃତ୍ତି ଦେଇଥିଲେ।

ସାଂଘାଇ ସହଯୋଗ ସଂଗଠନ ହେଉଛି ଏକ ଶକ୍ତିଶାଳୀ ଫୋରମ। ରୁଷିଆ, ଚାଇନା, ଭାରତ, ପାକିସ୍ଥାନ,ଇରାନ ସହିତ ମଧ୍ୟ ଏସିଆର ଦେଶ ଅନ୍ତର୍ଭୁକ୍ତ। ଏହାର ଅଧ୍ୟକ୍ଷ ବର୍ତ୍ତମାନ ଭାରତ ଅଛି। ଚଳିତ ବର୍ଷ ଭାରତର ଅଧ୍ୟକ୍ଷତାରେ ଏହାର ବୈଠକ ଅନୁଷ୍ଠିତ ହେବ। ଏଥିରେ ସଦସ୍ୟ ରାଷ୍ଟ୍ରର ପ୍ରଧାନ ବିଚାରପତି ଏବଂ ବୈଦେଶିକ ମନ୍ତ୍ରୀଙ୍କ ବୈଠକ ହେବ।

ଏକ୍ସପ୍ରେସ ଟ୍ରିବ୍ୟୁନ ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ତଥା ପ୍ରଧାନ ବିଚାରପତିଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଛି। ତେବେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ତଥା ପ୍ରଧାନ ବିଚାରପତି ନିଜେ ଏଥିରେ ଯୋଗଦେବେ ନା ପ୍ରତିନିଧୀମାନଙ୍କୁ ଏହି ସଭାଗୁଡ଼ିକରେ ଯୋଗଦେବାକୁ ପଠାଉଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଉଲ୍ଲେଖଥାଉ କି, ପାକିସ୍ତାନ ଯେପରି ଭାରତ ସହ କଥାବାର୍ତ୍ତା ପାଇଁ ଆଗ୍ରହୀ ରହିଛି ଏପରିସ୍ଥଳେ ଏତେ ବଡ ସୁଯୋଗ ହାତଛଡ଼ା କରିବାକୁ ଚାହୁଁନାହିଁ। ଯଦି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଭାରତ ଗସ୍ତ କରନ୍ତି, ତେବେ ବହୁ ବର୍ଷ ପରେ ଏହା ପାକିସ୍ତାନର ଜଣେ ଉଚ୍ଚ ସ୍ତରୀୟ ନେତାଙ୍କ ଗସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?