Posted inଜାତୀୟ

‘ମୋ ପାଇଁ ଆଜି ନୂଆବର୍ଷ’, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଭାବୁକ ହେଲେ ବିଲ୍‌କିସ୍‌

ନୂଆଦିଲ୍ଲୀ,୮।୧: ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ୍‌ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ୧୧ ଅପରାଧୀଙ୍କୁ ଜେଲ୍‌କୁ ଫେରିବାକୁ ହେବ ବୋଲି ସୁପ୍ରିମକୋର୍ଟ ସୋମବାର ତାଙ୍କ ରାୟରେ କହିଛନ୍ତି। ଜେଲରେ ଉତ୍ତମ ଆଚରଣ ଦର୍ଶାଇ ଗୁଜରାଟ ସରକାର ଅପରାଧୀମାନଙ୍କୁ ମୁକ୍ତ କରିଦେଇଥିଲେ। ସରକାରଙ୍କ ଉକ୍ତ ନିଷ୍ପତ୍ତିକୁ ଅଦାଲତ ଖାରଜ କରିଦେବା ସହ ଅପରାଧୀମାନେ ୨ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ୨୦୨୨ରେ ଅପରାଧୀମାନଙ୍କୁ ମୁକ୍ତ କରିବା କ୍ଷମତା ଗୁଜରାଟ ସରକାରଙ୍କର ନ ଥିଲା ବୋଲି ଜଷ୍ଟିସ୍‌ ବି.ଭି. ନାଗରତ୍ନା ଓ ଉଜ୍ଜଳ ଭୂୟଁାଙ୍କ ଖଣ୍ଡପୀଠ ତାଙ୍କ ଐତିହାସିକ ରାୟରେ କହିଛନ୍ତି।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ବିଲ୍‌କିସ୍‌ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଆଜି ମୋ ପାଇଁ ଏକ ନୂଆବର୍ଷ।
ଦେଢ଼ ବର୍ଷରୁ ଅଧିକ ସମୟ ମଧ୍ୟରେ ମୁଁ ପ୍ରଥମ ଥର ହସିଲି । ମୁଁ ମୋର ପିଲାମାନଙ୍କୁ ଆଲିଙ୍ଗନ କରିଛି। ଏହା ଲାଗୁଛି ଯେପରି ମୋ ଛାତିରୁ ପର୍ବତ ପରି ବଡ ପଥର କାଢି ନିଆଯାଇଛି ଏବଂ ମୁଁ ପୁଣି ନିଶ୍ୱାସ ନେଇପାରିବି। ଏଥିସହ ବିଲ୍‌କିସ୍‌ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?