Posted inଜାତୀୟ

ବିଲ୍‌କିସ୍‌ ମାମଲା: ସତ୍ୟପାଠ ଉପରେ ଜବାବ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ କ୍ଷମା ପ୍ରଦାନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ ଉପରେ ଗୁଜରାଟ ସରକାର ବିସ୍ତୃତ ଜବାବ ଦେଇଥିବା ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏଥିରେ ଅନେକ ରାୟକୁ ଉପସ୍ଥାପନ କରାଯାଇଥିବାବେଳେ ତଥ୍ୟାତ୍ମକ ବିବୃତିଗୁଡ଼ିକୁ ଏଡ଼ାଇ ଦିଆଯାଇଛି। ଗୁଜରାଟ ସରକାରଙ୍କ ସତ୍ୟପାଠ ଉପରେ ଆବେଦନକାରୀ ଜବାବ ଦାଖଲ କରିବା ଲାଗି ସର୍ବୋଚ୍ଚ ଅଦାଲତ ସମୟ ଦେବା ସହ ପରବର୍ତ୍ତୀ ଶୁଣାଣି ନଭେମ୍ବର ୨୯କୁ ଧାର୍ଯ୍ୟ କରିଛନ୍ତି। ଗୁଜରାଟ ସରକାର ଦାଖଲ କରିଥିବା ଜବାବକୁ ସବୁ ପକ୍ଷଙ୍କୁ ଉପଲବ୍ଧ କରାଇବା ନିମନ୍ତେ ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଗତ ସ୍ବାଧୀନତା ଦିବସ ଅବସରରେ ବିଲ୍‌କିସ୍‌ ବାନୋ ଗଣହତ୍ୟା ମାମଲାର ୧୧ ଅପରାଧୀଙ୍କୁ ମୁକ୍ତ କରାଯାଇଥିଲା। ସରକାରଙ୍କ କ୍ଷମା ନୀତିକୁ ବରିଷ୍ଠ ସିପିଆଇ(ଏମ୍‌) ନେତ୍ରୀ ସୁଭାଷିନୀ ଅଲି ଏବଂ ଅନ୍ୟ ଦୁଇ ମହିଳା ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri