ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉପଭୋକ୍ତା ବିଭାଗୀୟ କଷ୍ଟମର କେୟାର ନଂ ୧୯୧୨କୁ ଅଭିଯୋଗ ଦେଲେ ମଧ୍ୟ ଏହାର ସମାଧାନ କରାଯାଉନାହିଁ। ଯାହାଫଳରେ ଦାୟିତ୍ୱରେ ଥିବା ଟିପିଡବ୍ଲୁଓଡିଏଲ ଆଦାୟରେ ଆଗୁଆ ସେବାରେ ପଛୁଆ ବୋଲି ସାଧାରଣରେ ଆଲୋଚନା ହେଉଛି। ବିଭାଗୀୟ ଯନ୍ତ୍ରୀ, ଏସ୍‌ଡିଓଙ୍କୁ ଉପଭୋକ୍ତା ନିଜ ସମସ୍ୟା ପାଇଁ ବାରମ୍ବାର ଫୋନ୍‌ କଲେ ମଧ୍ୟ ଉଠାଉ ନାହାନ୍ତି। ଠିକ୍‌ ସମୟରେ ବିଦ୍ୟୁତ୍‌ ବିଲ୍‌ ଦେଇ ମଧ୍ୟ ଉପଭୋକ୍ତାଙ୍କୁ ଶେଷରେ ଅନ୍ଧାରରେ ରହିବାକୁ ପଡ଼େ। ତେବେ ରାତିରେ ଗାଡି ନ ଥିବାରୁ କର୍ମଚାରୀ ଏହାର ସମାଧାନ କରି ପାରୁ ନାହାନ୍ତି ବୋଲି ଟାଉନ ଯନ୍ତ୍ରୀ ସଞ୍ଜୀବ ଜେନା ପ୍ରକାଶ କରନ୍ତି।

ସେହିପରି ଏସ୍‌ଡିଓ ବୀରେନ୍‌ ଗଡ଼ନାୟକଙ୍କୁ ରାତିରେ ଓ ସକାଳେ ମଧ୍ୟ ଫୋନ କଲେ ଉଠାଉ ନାହାନ୍ତି। ଟିପିଡବ୍ଲୁଓଡିଏଲ ବିଭାଗ ପକ୍ଷରୁ ଏହି ବାବୁମାନଙ୍କୁ ଉପଭୋକ୍ତାଙ୍କ ସମସ୍ୟା ଶୁଣିବା ଓ ସମାଧାନ କରିବା ପାଇଁ ନିୟୋଜିତ କରାଯାଇଥିବାବେଳେ ସମାଧାନ କରିବା ତ ଦୂରର କଥା ସମସ୍ୟା ଶୁଣୁନାହାନ୍ତି କି ଫୋନ୍‌ ଉଠାଉ ନାହାନ୍ତି। ଯାହାଫଳରେ ଟିପିଡବ୍ଲୁଓଡିଏଲ ପ୍ରତି ଲୋକଙ୍କ ଭରସା ଉଠିବାରେ ଲାଗିଛି। ଏଥିପ୍ରତି ଟିପିଡବ୍ଲୁଓଡିଏଲ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri