ବିଲ୍ ଗେଟ୍ସ-ମିଲିଣ୍ଡା ଗେଟ୍ସ ଅଲଗା ହେଲେ

ୱାଶିଂଟନ, ୪ ।୫: ମାଇକ୍ରୋସଫ୍ଟ କର୍ପୋରେଶନର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଏବଂ ତାଙ୍କ ସ୍ତ୍ରୀ ମିଲିଣ୍ଡା ଗେଟ୍ସ ଙ୍କ ଦୀର୍ଘ ୨୭ ବର୍ଷର ଦାମ୍ପତ୍ୟ ଜୀବନରେ ଶେଷରେ ଭଟ୍ଟା ଆସିଛି। ଉଭୟ ପରସ୍ପରଠାରୁ ଅଲଗା ହେବା ସମ୍ପର୍କରେ ଘୋଷଣା କରିଛନ୍ତିି। ଉଭୟ ଟୁଇଟ୍ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। ବିଲ୍ ଏବଂ ମିଲିଣ୍ଡା ଉଭୟଙ୍କୁ ୧୯୮୦ରେ ପରସ୍ପରକୁ ପ୍ରଥମେ ମାଇକ୍ରୋସଫ୍ଟରେ ଭେଟି ଥିଲେ। ମିଲିଣ୍ଡା ସେତେବେଳେ ମାଇକ୍ରୋସଫ୍ଟରେ ଯୋଗଦେଇଥିଲେ। ଏହାପରେ ସାକ୍ଷାତ୍ ରୁ ଚିହ୍ନା ପରିଚୟ ପରେ ପ୍ରେମ ଏବଂ ଦୁହେଁ ୧୯୯୪ରେ ବିବାହ କରିଥିଲେ। ସେମାନେ ମିଳିତ ଭାବେ ବିଲ୍ ଏବଂ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନ ପରିଚାଳିତ କରୁଛନ୍ତି। ସେମାନଙ୍କର ତିନି ଜଣ ସନ୍ତାନ ଅଛନ୍ତି। ଉଭୟ ମିଳିତ ଭାବେ କାର୍ଯ୍ୟ କରିବେ କିନ୍ତୁ ଦାମ୍ପତ୍ୟ ଜୀବନ ଆଗକୁ ବଢ଼ାଇ ପାରିବେ ନାହିଁ ବୋଲି ଟୁଇଟ୍ କରି ସୂଚନା ଦେଇଛନ୍ତି। ବିଲ୍ ଙ୍କୁ ଏବେ ୬୫ ବର୍ଷ ହୋଇଥିବାବେଳେ ମିଲିଣ୍ଡାଙ୍କୁ ୫୬ ବର୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri