କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ଗିରଫ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ମୟୂରଭଞ୍ଜ ଜିଲା ଉଦଳା ସବ୍‌-ଡିଭିଜନ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କୁ ବୁଧବାର ଭିଜିଲାନ୍ସ ଗିରଫ କରିଛି। ଚଢ଼ାଉ ଓ ଯାଞ୍ଚରୁ ତାଙ୍କ ସହ ପରିବାର ସଦସ୍ୟଙ୍କ ନାଁରେ ୬ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଛି। ଏହି ସମ୍ପତ୍ତି ସଂକ୍ରାନ୍ତରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ରବିନାରାୟଣ ଓ ତାଙ୍କ ସ୍ତ୍ରୀଙ୍କ ନାମରେ ଏକ ମାମଲା (ନଂ.୮/୨୦୨୨) ରୁଜୁ କରାଯାଇଛି। ତେବେ ଗିରଫ ପରେ ଅଭିଯୁକ୍ତ ରବିନାରାୟଣଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଏହି ଘଟଣାରେ ଅଧିକ ତଦନ୍ତ କରାଯାଉଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ପରେ ଭିଜିଲାନ୍ସ ପକ୍ଷରୁ ସୋମବାର ରବିନାରାୟଣଙ୍କ ଘର ସମେତ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧାର ୮ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଯାଞ୍ଚରୁ ଭୁବନେଶ୍ୱର ଆଇଗିଣିଆରେ ୩ ମହଲା କୋଠା, ପାତ୍ରପଡ଼ା ‘ବ୍ଲୁ ହ୍ବିଲ୍‌’ ଆପାର୍ଟମେଣ୍ଟର ଫ୍ଲାଟ୍‌ ସହ ଭୁବନେଶ୍ୱରର ପ୍ରମୁଖ ଅଞ୍ଚଳରେ ୫ ପ୍ଲଟ, କଟକରେ ୨ଟି ଓ କେନ୍ଦ୍ରାପଡ଼ାରେ ୫ ସମେତ ମୋଟ ୧୨ଟି ପ୍ଲଟ ମଧ୍ୟ ଠାବ ହୋଇଥିଲା। ଏଥିସହ ନଗଦ ୨୮.୯ ଲକ୍ଷ ଟଙ୍କା, ୨.୩ କେଜିର ସୁନା ଅଳଙ୍କାର, ୪ଟି ଚାରିଚକିଆ ଯାନ, ୩ଟି ବାଇକ, ୨୪ ଲକ୍ଷ ଟଙ୍କାର ଘରୋଇ ଉପକରଣ ଏବଂ ୧.୨୦ କୋଟି ଟଙ୍କାର ବ୍ୟାଙ୍କ ଓ ଜୀବନବୀମା ଜମା ମିଳିଥିଲା। ସେହିପରି ବିଭିନ୍ନ ବ୍ୟାଙ୍କରେ ଏକାଧିକ କ୍ରେଡିଟ୍‌ କାର୍ଡ ଦ୍ୱାରା ରବିନାରାୟଣଙ୍କ ପୁଅ ସୌମିତ ପଣ୍ଡା ୧ କୋଟିର ନେଣଦେଣ କରିଥିବା ମଧ୍ୟ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଏହି ଚଢ଼ାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ୱରେ ୮ଜଣ ଡିଏସ୍‌ପି, ୫ଜଣ ଇନ୍ସପେକ୍ଟର, ଜଣେ ଏସ୍‌ଆଇ, ୧୧ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ନିୟୋଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri